Posted inଜାତୀୟ

ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଯୋଗଦେବେ ନାହିଁ କେହି ବିଦେଶୀ ଅତିଥି

ନୂଆଦିଲ୍ଲୀ,୧୫ ।୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣ ମଧ୍ୟରେ ଚଳିତ ବର୍ଷ ପାଳନ କରାଯିବ ସାଧାରଣତନ୍ତ୍ର ଦିବସ । ଏଥର ମାତ୍ର ୨୪ ହଜାର ଲୋକ ଏଥିରେ ସାମିଲ ହେବେ ବୋଲି ଜଣାପଡିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ମିଳିଥିବା କହିଛି ନ୍ୟୁଜ ଏଜେନ୍ସି ପିଟିଆଇ । ଗତବର୍ଷ କରୋନା ମହାମାରୀ ମଧ୍ୟରେ ୨୫ ହଜାର ଲୋକଙ୍କୁ ସାଧାରତନ୍ତ୍ର ଦିବସ ପରେଡରେ ଯୋଗ ଦେବାକୁ ଅନୁମତି ମିଳିଥିବା ବେଳେ ଚଳିତ ବର୍ଷ ଏହାକୁ କମାଇ ଦିଆଯାଇଛି ।
ସୂଚନାଯୋଗ୍ୟ, ସାଧାରଣତନ୍ତ୍ର ଦିବସରେ ବିଦେଶୀ ଅତିଥିଙ୍କୁ ନିମନ୍ତ୍ରଣ ଦେବାର ପରମ୍ପରା ରହିଛି । ହେଲେ ଚଳିତ ବର୍ଷ କରୋନା ମହାମାରୀ ଯୋଗୁ କେହି ବିଦେଶୀ ଅତିଥି ଏଥିରେ ଯୋଗ ଦେବେ ନାହିଁ । ଗତବର୍ଷ ବି ସାଧାରଣତନ୍ତ୍ର ଦିବସ ପରେଡରେ କେହି ବିଦେଶୀ ଅତିଥି ଯୋଗ ଦେଇ ନ ଥିଲେ । ମିଳିଥିବା ସୂଚନାରୁ ଜଣାପଡିଛି ଚଳିତବର୍ଷ ଉଜବେକିସ୍ତାନ, ତୁର୍କମେନିସ୍ତାନ, କାଜାକିସ୍ତାନ, କିର୍ଗିଜ ଗଣରାଜ୍ୟ ଓ ତାଜିକିସ୍ତାନର ନେତାଙ୍କୁ ଆମନ୍ତ୍ରଣ କରିବାର ଯୋଜନା ଥିଲା । ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଚଳିତବର୍ଷ ପରେଡରେ ୨୪ ହଜାର ଲୋକ ସାମିଲ ହେବେ । ଏମାନଙ୍କ ମଧ୍ୟରୁ ୧୯ ହଜାରଙ୍କ ନିକଟକୁ ନିମନ୍ତ୍ରଣ ପଠାଯାଇଛି । ଅବଶିଷ୍ଟ ୫ ହଜାର ସାଧାରଣ ଜନତା ସାମିଲ ହେବେ । ଯେଉଁମାନେ ଟିକେଟ କିଣି ଏଥିରେ ସାମିଲ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri