‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ। ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଜାତିର ପିତା ମହାତ୍ମାଗାନ୍ଧୀ ପଣ୍ଡିତ ଜବାହରଲାଲ ନେହେରୁ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ନେତାଜୀ ସୁଭାସ ଚନ୍ଦ୍ର ବୋଷ , ଡଃ. ରାଜେନ୍ଦ୍ର ପ୍ରସାଦ , ସମ୍ବିଧାନର ଅନ୍ୟତମ ପ୍ରଣେତା ଡଃ.ବି.ଆର.ଆମ୍ବେଦକର , ମହାନ ସ୍ବାଧୀନତା ସଂଗ୍ରାମୀ ଏବଂ ଓଡ଼ିଶାର ବରେଣ୍ୟ ସ୍ବାଧୀନତା ସଂଗ୍ରାମୀ ଓ ବର ପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଐତିହାସିକ ମାଟି ଖୋର୍ଦ୍ଧା ଓ ସ୍ବାଭିମାନର ମାଟି ଖୋର୍ଦ୍ଧା । ଏହି ପବିତ୍ର ଖୋର୍ଦ୍ଧା ମାଟି କଳା, ସାହିତ୍ୟ, ସଂସ୍କୃତିର ଚେତନା ସୃଷ୍ଟି କରି ଏକ ଜାଗରଣ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛି। ଭାରତ ବର୍ଷର ପ୍ରଥମ ସ୍ବାଧୀନତା ସଂଗ୍ରାମ ପାଇକ ବିଦ୍ରୋହର ଏନ୍ତୁଡ଼ିଶାଳ ଭାବେ ଖୋର୍ଦ୍ଧା ଜିଲା କୃତିତ୍ୱ ଲାଭ କରିଛି।

ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଜିଲା ଆରକ୍ଷୀ ଅଧୀକ୍ଷକ ରାଜକିଶୋର ଦୋରା,ଅତିରିକ୍ତ ଜିଲାପାଳ ମନୋଜ ପାଢ଼ୀ, ଅନୁଜ ଦାସ ପଟ୍ଟନାୟକ, ପିଡି ଡିଆରଡିଏ ଦିଗନ୍ତ ରାଉତରାୟ, ଉପଜିଲାପାଳ ଆଇ ଗୌରବ ଶିବାଜୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରର ଆରଡିସି କୋଭିଡ୍‌ ଯୋଦ୍ଧାମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ରିଜର୍ଭ ବାଟାଲିୟନ ଇନ୍ସପେକ୍ଟର ନାେଶ୍ୱେର ଜେନା ପରେଡ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri