ଓଡ଼ିଶା ବନ୍ଦ ସଫଳ ପାଇଁ ନିବେଦନ

ଯାଜପୁର ଟାଉନ,୧୬ା୭(ଡି.ଏନ.ଏ.): ଭୁବନେଶ୍ୱର ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ୨ ସପ୍ତାହ ପୂରିବାକୁ ବସିଲାଣି। ମାତ୍ର ଏନେଇ ପୋଲିସ, ପ୍ରଶାସନ, କଲେଜ କର୍ତ୍ତୃପକ୍ଷ ଓ ସରକାର କାହାରି ପାଖରେ ସାମାନ୍ୟତମ ସମ୍ବେଦନଶୀଳତା ନାହିଁ। ନବନିର୍ମାଣ ଯୁବ ଛାତ୍ର ସଂଠଗନର ଅନଶନ, ରୁଚିକା ମା’ଙ୍କ ଅହୋରାତ୍ର ଧାରଣା ସରକାରଙ୍କ ନିଦ୍ରାଭଙ୍ଗ କରିନାହିଁ କି ରୁଚିକାଙ୍କୁ ନ୍ୟାୟ ମିଳିନାହିଁ। ଏ ପରି ପ୍ରେକ୍ଷୀରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଆସନ୍ତା ୧୯ ତାରିଖ ମଙ୍ଗଳବାର ଏକ ୧୨ଘଣ୍ଟିଆ (ସକାଳ ୬ରୁ ସନ୍ଧ୍ୟା ୬) ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ଡାକରା କେବଳ ଛାତ୍ରୀଛାତ୍ରଙ୍କ ପାଇଁ ନୁହେଁ ଅଧିକନ୍ତୁ ଶିକ୍ଷା ବ୍ୟବସ୍ଥାର ଅସଂଗତି, ମହିଳାଙ୍କ ପ୍ରତି ଅବମାନନା, ପୋଲିସର ଦମନଲୀଳା, ପ୍ରଶାସନର ଅବହେଳା, ସରକାରୀ ପକ୍ଷପାତିତା ଓ ରାଜନୈତିକ ଇଚ୍ଛାଶକ୍ତି ବିରୋଧରେ ହିଁ ଦିଆଯାଇଛି। ଏଣୁ ସମସ୍ତ ଛାତ୍ରୀଛାତ୍ର, ଛାତ୍ର ସଂଗଠନ, ଯୁବ ସଂଗଠନ, ବିଭନ୍ନ ସଂଗଠନ, ଟ୍ରେଡ୍‌ ୟୁନିୟନ୍‌, ରାଜନୈତିକ ଦଳ, କୃଷକ ମହିଳା, ସର୍ବୋପରି ସମ୍ବେଦନଶୀଳ ବ୍ୟକ୍ତି ବିଶେଷ ଶାନ୍ତିପୂର୍ଣ୍ଣ ଓ ଗଣତନ୍ତ୍ରିକ ଭାବେ ଏହାକୁ ସଫଳ କରାଇବାକୁ ନିବେଦନ କରାଯାଇଛି। ବନ୍ଦବେଳେ ସମସ୍ତ ଯାତାୟାତ, ଅଫିସ୍‌ ଓ ବ୍ୟବସାୟ ବନ୍ଦ ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri