ଓଡ଼ିଶା ବନ୍ଦ ସଫଳ କରିବାକୁ ନିବେଦନ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ ଆସନ୍ତା ୧୨ ତାରିଖ ସକାଳ ୬ଟାରୁ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏହାକୁ ରାଜ୍ୟବ୍ୟାପୀ ସଫଳ କରିବା ତଥା ରାଜଧାନୀର ସବୁ ସ୍ଥାନରେ ଜୋର୍‌ଦାର ଆନ୍ଦୋଳନ କରିବା ପାଇଁ କଂଗ୍ରେସ ପୂରା ପ୍ରସ୍ତୁତ ରହିଛି। ବୁଧବାର ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭୁବନେଶ୍ୱର ଜିଲା ସଭାପତି ବିଶ୍ୱଜିତ ଦାଶ କହିଛନ୍ତି, ମମିତା ମେହେର ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ସହ ତୁରନ୍ତ ଗିରଫ ଏବଂ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଓଡ଼ିଶା ବନ୍ଦ ଡାକରାକୁ ପୂର୍ଣ୍ଣ ମାତ୍ରାରେ ସଫଳ କରିବାକୁ ଭୁବନେଶ୍ୱରର ସବୁ ଛକରେ ପିକେଟିଂ କରି ରାସ୍ତାରୋକୋ କରାଯିବ। ବନ୍ଦ ପାଳନବେଳେ ଜରୁରିକାଳୀନ ସେବାକୁ ବାଦ ଦିଆଯିବ । ଜନସାଧାରଣ ଏହି ବନ୍ଦ ପାଳନରେ ସାମିଲ ହେବା ସହ ସମସ୍ତ ସହଯୋଗ କରିବାକୁ ଦାଶ ନିବେଦନ କରିଛନ୍ତି। ଖବରଦାତା ସମ୍ମିଳନୀ ପୂର୍ବରୁ ୧୨ ତାରିଖ ଓଡ଼ିଶା ବନ୍ଦ ଓ ୧୯ ତାରିଖ ଜିଲା କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି ବୈଠକ ଭୁବନେଶ୍ବର ଜିଲା କଂଗ୍ରେସ କମିଟି ସଭାପତି ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri