ପ୍ରଶାସନର ଅନୁରୋଧ ପରେ ଶେରଗଡ଼ରେ ଆରମ୍ଭ ହେଲା ଅସ୍ଥାୟୀ ପରିବା ବଜାର

ଶେରଗଡ଼,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ି ଚାଲିଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ବ୍ଲକରେ ମୋଟ୍‌ ୮୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବ୍ଲକ ସୂତ୍ରରୁ ପ୍ରକାଶ। ଏଥି ମଧ୍ୟରୁ ସ୍ଥାନୀୟ ସଂକ୍ରମିତ ୫ଜଣ ଥିବା ବେଳେ ଅନ୍ୟ ସମସ୍ତେ ପ୍ରବାସୀ ଓଡ଼ିଆ। ଅନ୍ୟପକ୍ଷରେ କରୋନା କଟକଣା ପୁଣି ଅଗଷ୍ଟ ୩୦ପର୍ଯ୍ୟନ୍ତ ବଢ଼ା ଯାଇଥିବା ବେଳେ ଶେରଗଡ଼ ରମୁଣିସାହି ଓ ବଜାର ଛକରେ ଥିବା ପରିବା ବଜାର ଗତ କିଛିଦିନ ହେଲା ଗହଳି ଲାଗି ରହୁଥିଲା। ବ୍ୟବସାୟୀମାନେ ସାମାଜିକ ଦୂରତ୍ୱ ନ ମାନି ବ୍ୟବସାୟ କରୁଥିବା ବେଳେ କିଛି ତେଜରାତି ଦୋକାନରେ ସାମାଜିକ ଦୂରତାର ଅବମାନନା କରାଯାଉଥିଲା। ଶନିବାର, ରବିବାର ଶଟ୍‌ଡାଉନ୍‌ ପରେ ଶେରଗଡ଼ ପରିବା ବଜାରରେ ଲୋକମାନେ ପ୍ରବଳ ଗହଳି ଦେଖିବାକୁ ମିଳିଥିଲା। ଗୋଷ୍ଠି ସଂକ୍ରମଣ ଭୟରେ ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ା,ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ, ସୁପ୍ରଭାଇଜର ମନୋଜ କୁମାର ନାହାକ, ପି.ପଞ୍ଚମା ମଙ୍ଗଳବାର ସନ୍ଧ୍ୟାରେ ଡାକବାଜି ଯନ୍ତ୍ର ଦ୍ୱାରା ଶେରଗଡ଼ ପରିବା ବଜାରରେ ଉପସ୍ଥିତ ରହି ଠେଲା ଗାଡ଼ରେ ପରିବା ବିକିବା, ବଜାର ବାହାରେ ଅସ୍ଥାୟୀ ଭାବେ ବିକ୍ରି କରିବା, ସେଠାରେ ମଧ୍ୟ ସାମାଜିକ ଦୂରତା ରଖିବାକୁ ଅନୁରୋଧ କରିଥିଲେ। ଏହି ଅନୁରୋଧ ରକ୍ଷା କରି ବ୍ୟବସାୟୀମାନେ ଅସ୍ଥାୟୀ ଭାବେ ପରିବା ବଜାର ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri