ପ୍ରଶାସନର ଅନୁରୋଧ ପରେ ଶେରଗଡ଼ରେ ଆରମ୍ଭ ହେଲା ଅସ୍ଥାୟୀ ପରିବା ବଜାର

ଶେରଗଡ଼,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ି ଚାଲିଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ବ୍ଲକରେ ମୋଟ୍‌ ୮୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବ୍ଲକ ସୂତ୍ରରୁ ପ୍ରକାଶ। ଏଥି ମଧ୍ୟରୁ ସ୍ଥାନୀୟ ସଂକ୍ରମିତ ୫ଜଣ ଥିବା ବେଳେ ଅନ୍ୟ ସମସ୍ତେ ପ୍ରବାସୀ ଓଡ଼ିଆ। ଅନ୍ୟପକ୍ଷରେ କରୋନା କଟକଣା ପୁଣି ଅଗଷ୍ଟ ୩୦ପର୍ଯ୍ୟନ୍ତ ବଢ଼ା ଯାଇଥିବା ବେଳେ ଶେରଗଡ଼ ରମୁଣିସାହି ଓ ବଜାର ଛକରେ ଥିବା ପରିବା ବଜାର ଗତ କିଛିଦିନ ହେଲା ଗହଳି ଲାଗି ରହୁଥିଲା। ବ୍ୟବସାୟୀମାନେ ସାମାଜିକ ଦୂରତ୍ୱ ନ ମାନି ବ୍ୟବସାୟ କରୁଥିବା ବେଳେ କିଛି ତେଜରାତି ଦୋକାନରେ ସାମାଜିକ ଦୂରତାର ଅବମାନନା କରାଯାଉଥିଲା। ଶନିବାର, ରବିବାର ଶଟ୍‌ଡାଉନ୍‌ ପରେ ଶେରଗଡ଼ ପରିବା ବଜାରରେ ଲୋକମାନେ ପ୍ରବଳ ଗହଳି ଦେଖିବାକୁ ମିଳିଥିଲା। ଗୋଷ୍ଠି ସଂକ୍ରମଣ ଭୟରେ ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ା,ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ, ସୁପ୍ରଭାଇଜର ମନୋଜ କୁମାର ନାହାକ, ପି.ପଞ୍ଚମା ମଙ୍ଗଳବାର ସନ୍ଧ୍ୟାରେ ଡାକବାଜି ଯନ୍ତ୍ର ଦ୍ୱାରା ଶେରଗଡ଼ ପରିବା ବଜାରରେ ଉପସ୍ଥିତ ରହି ଠେଲା ଗାଡ଼ରେ ପରିବା ବିକିବା, ବଜାର ବାହାରେ ଅସ୍ଥାୟୀ ଭାବେ ବିକ୍ରି କରିବା, ସେଠାରେ ମଧ୍ୟ ସାମାଜିକ ଦୂରତା ରଖିବାକୁ ଅନୁରୋଧ କରିଥିଲେ। ଏହି ଅନୁରୋଧ ରକ୍ଷା କରି ବ୍ୟବସାୟୀମାନେ ଅସ୍ଥାୟୀ ଭାବେ ପରିବା ବଜାର ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?