ମମିତା ମେହେର ହତ୍ୟା ମାମଲା: ଜିଲାପାଳ, ଏସ୍‌ପି, ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କର କଣ୍ଟାବାଞ୍ଜି ଜେଲରେ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରିପୋର୍ଟ ତଲବ କରିଛନ୍ତି। ଏହି ମାମଲାରେ କମିଶନ ବଲାଙ୍ଗୀର ଜିଲାପାଳ, ଏସ୍‌ପି ଏବଂ କଣ୍ଟାବାଞ୍ଜି ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟ ମାନବ ଅଧିକାର କମିଶନଙ୍କୁ ୬ ସପ୍ତାହ ଭିତରେ ୧୫ଟି ସମ୍ବେଦନଶୀଳ ତଥ୍ୟର ସମସ୍ତ ତଦନ୍ତ ରିପୋର୍ଟ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାନୁସାରେ, ମହାଲିଙ୍ଗ ସନ୍‌ଶାଇନ୍‌ ପବ୍ଲିକ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ଗତ ଡିସେମ୍ବର ୨୦ରେ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହୋଇଥାନ୍ତେ। କିନ୍ତୁ ତା’ ପୂର୍ବରୁ କଣ୍ଟାବାଞ୍ଜି ଜେଲରେ ତାଙ୍କର ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଥିଲା। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ ନ ଥିବା ବେଳେ ତାଙ୍କ ପକେଟରୁ ଏକ ଲଫାପା ମିଳିଥିଲା। ସେ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ଗୋବିନ୍ଦଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ। ତେଣୁ ଏହି ଘଟଣା ନେଇ ‘ନ୍ୟାୟ ପାଇଁ ଲଢେଇ ପରିବାର’ର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ଏନ୍‌ଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହୋଇଥିଲେ। ତାଙ୍କ ଅଭିଯୋଗକୁ ଭିତ୍ତି କରି କମିଶନ ତଦନ୍ତ ପାଇଁ ଏକ କେସ୍‌ (ନମ୍ବର ୨୧୨୬୨/ଇନ୍‌/୨୦୨୨) ରୁଜୁ କରିଥିଲେ। ଅନ୍ୟପଟେ କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ ଜାରି ରଖିଥିଲେ ମଧ୍ୟ ଅଦ୍ୟାବଧି ରହସ୍ୟ ଉପରୁ ପରଦା ହଟିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri