ଦୁର୍ଗମ ଅଞ୍ଚଳର ବିକାଶ କରିବାକୁ ବିଡିଓଙ୍କୁ ନିବେଦନ

ଦାରିଙ୍ଗବାଡ଼ି,୨୩ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ୮ ପଞ୍ଚାୟତ ଅଞ୍ଚଳରେ ଅଟକି ରହିଥିବା ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବା ସହ ନୂତନ ଯୋଜନାରେ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ବ୍ରାହ୍ମଣୀଗାଁ ଭାଜପା ମଣ୍ଡଳ ସଭାପତି ଗଣେଶ ଡାକୁଆ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ଭେଟି ନିବେଦନ ଓ ଆଲୋଚନା କରିଛନ୍ତି। ସେ ମଣ୍ଡଳର ଦାୟିତ୍ୱ ନେବା ପରେ ବିଡିଓ ରଥଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଉକ୍ତ ଥାନା ଅଞ୍ଚଳର ଝିଞ୍ଜିରୀଗୁଡ଼ା, ସରାମୁଳି, କିରାମାହା, କିନାରୀଗାଁ, ବ୍ରାହ୍ମଣୀଗାଁ ଅଞ୍ଚଳରେ ରହିଥିବା ମୋବାଇଲ ନେଟ୍‌ଓ୍ବର୍କ ସମସ୍ୟାର ସମାଧାନ ସହ ପିଇବାପାଣି, ଗମନାଗମନ, ରାସ୍ତା ସମ୍ପ୍ରସାରଣ, ରାସ୍ତା ମରାମତି ଆଦିର ଉନ୍ନତି ଓ ସମସ୍ୟାର ସମାଧାନ ପାଇଁ ଲିଖିତ ଭାବେ ଜଣାଇଛନ୍ତି।
ସେହିପରି ଷ୍ଟ୍ରିଟ୍‌ ଆଲୁଅ ବ୍ୟବସ୍ଥା, ଡ୍ରେନେଜ୍‌ ସମସ୍ୟା, ପର୍ଯ୍ୟଟନକ୍ଷେତ୍ର ଯୋଗୀ ମଠର ବିକାଶ ଆଦି ଆଲୋଚନା କରିଛନ୍ତି। ବିଡିଓ ରଥ ଏହି ସବୁ କାର୍ଯ୍ୟ ପାଇଁ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କରାଯାଇଛି ଏବଂ ବିକାଶର ପ୍ରକ୍ରିୟା ଚାଲିଛି ଆଗକୁ ଆହୁରି ତ୍ୱରାନ୍ବିତ କରାଯିବ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri