ଭୁବନେଶ୍ୱରରେ ଏନ୍‌ଆଇଭି ପ୍ରତିଷ୍ଠା କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୩(ବ୍ୟୁରୋ): ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନ୍‌ଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଛି। ଏଥିମଧ୍ୟରୁ ଗୋଟିଏ ଭୁବନେଶ୍ୱରଠାରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି ା ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ଦେଶର ଆୟୁର୍ବିଜ୍ଞାନ ଏବଂ ବିକାଶ ସଂସ୍ଥାନ ଯଥା ପୁଣେ ସ୍ଥିତ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ କରୋନା ମହାମାରୀ ସହ ଲଢ଼ିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା ା ମାନବ ସମାଜକୁ ପ୍ରଭାବିତ କରୁଥିବା କରୋନା ମହାମାରୀ ଭଳି ଭୂତାଣୁଗୁଡିକ ସହ ଲଢିବା ପାଇଁ ପଦକ୍ଷେପ ସ୍ବରୂପ ଚଳିତ ସାଧାରଣ ବଜେଟରେ ଦେଶରେ ଅତିରିକ୍ତ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ପ୍ରତିଷ୍ଠା କରିବାକୁ ଘୋଷଣା କରାଯାଇଛି ା ପୂର୍ବ ଭାରତରେ ଆୟୁର୍ବିଜ୍ଞାନ ଗବେଷଣା ଓ ଶିକ୍ଷା କ୍ଷେତ୍ରରେ ଭୁବନେଶ୍ୱର ଏକ ପ୍ରମୁଖ ସହର ଭାବରେ ଉଭା ହୋଇଛି ା ଭୁବନେଶ୍ୱରରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ), ଜୀବବିଜ୍ଞାନ ସଂସ୍ଥାନ(ଆଇଏଲ୍‌ଏସ୍‌), ଆଇସିଏମ୍‌ଆର୍‌-ଆଞ୍ଚଳିକ ଆୟୁର୍ବିଜ୍ଞାନ ଗବେଷଣା କେନ୍ଦ୍ର ଏବଂ ଇଣ୍ଟରନ୍ୟାଶନାଲ ସେଣ୍ଟର ଫର୍‌ ଫୁଟ୍‌ ଆଣ୍ଡ ମାଉଥ୍‌ ଡିଜିଜ୍‌(ଆଇସିଏଆର୍‌-ଆଇସିଏଫ୍‌ଏମ୍‌ଡି) ଭଳି ବିଶ୍ୱସ୍ତରୀୟ କେନ୍ଦ୍ରଗୁଡିକ ରହିଛି ା ତେଣୁ ଭୌଗୋଳିକ ଅବସ୍ଥିତି ଏବଂ ଦକ୍ଷତାପୂର୍ଣ୍ଣ ମାନବ ସମ୍ବଳ ଦୃଷ୍ଟିକୋଣରୁ ଭୁବନେଶ୍ୱର ପ୍ରସ୍ତାବିତ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ମଧ୍ୟରୁ ଗୋଟିଏ ପ୍ରତିଷ୍ଠା ହେବାର କ୍ଷମତା ରଖିଛି। ଭୁବନେଶ୍ୱରରେ ଏହି ସଂସ୍ଥାନ ପ୍ରତିଷ୍ଠା ହେଲେ ଗବେଷଣା ଓ ବିକାଶ କେନ୍ଦ୍ରକୁ ସହଯୋଗୀ ହେବ ଏବଂ ମିଳିତ ଭାବେ ଗବେଷଣା କରାଯାଇପାରିବ ା ଏହାସହ ଏହି ସଂସ୍ଥାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମିଶନ ପରିକଳ୍ପନାର ଅଂଶବିଶେଷ ହେବାସହ ପୂର୍ବ, ଦକ୍ଷିଣ-ପୂର୍ବ ଏବଂ ଭାରତର କେନ୍ଦ୍ରାଞ୍ଚଳ ରାଜ୍ୟଗୁଡିକର ଆବଶ୍ୟକତାକୁ ପୂରଣ କରିପାରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ସେହିପରି କରୋନା ଭାଇରସ୍‌ ବିରୋଧୀ ମୁକାବିଲାରେ ଭାରତର ସଫଳ ପରିଚାଳନା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri