ହାତ ଯୋଡ଼ିଲେ, ନେହୁରା ହେଲେ

ଢେଙ୍କାନାଳ ଅଫିସ, ୨୨।୪ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦାଶିବପୁର ପଞ୍ଚାୟତ ଅଧୀନ ପଶାସିଂହ ଗ୍ରାମ ପ୍ରାଥମିକ ବିଦ୍ୟାଳୟ ମିଶ୍ରଣକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ପୁଞ୍ଜୀଭୂତ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି। ଛାତ୍ରୀଛାତ୍ରଙ୍କୁ ଅକଳରେ ପକାଉଥିବା ଏଭଳି ନିଷ୍ପତ୍ତିକୁ ବିରୋଧ କରି ଗୁରୁବାର ଶତାଧିକ ଅଭିଭାବକ ଏବଂ ଛାତ୍ରୀଛାତ୍ର ଜିଲାପାଳଙ୍କ ପ୍ରକୋଷ୍ଠ ଆଗରେ ପ୍ରତିବାଦ କରିଛନ୍ତି। ଛୋଟଛୋଟ ପିଲାମାନେ ହାତଯୋଡ଼ି ‘ଆମକୁ ଆମ ସ୍କୁଲ ଫେରାଇଦିଅ’ ବୋଲି ଗୁହାରି କରିବା ଦୃଶ୍ୟ ସମସ୍ୟାର ଗମ୍ଭୀରତାକୁ ଦର୍ଶାଉଥିବାବେଳେ ଏଥିପ୍ରତି ଜିଲା ପ୍ରଶାସନ ଏବଂ ଶିକ୍ଷା ବିଭାଗ ସକାରାତ୍ମକ ମନୋଭାବ ପୋଷଣ କରିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।
ଅଭିଯୋଗ ଅନୁଯାୟୀ, ୨୦୨୦ରେ ଗଣଶିକ୍ଷା ବିଭାଗର ଘୋଷଣା ପରେ ପଶାସିଂହ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଗ୍ରାମଠାରୁ ୨ କି.ମି. ଦୂର ରସାସିଂହ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରାଯାଇଛି। ଏହା ଫଳରେ ପିଲାମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ଅଞ୍ଚଳ ହାତୀ ଉପଦ୍ରୁତ। ସ୍କୁଲରେ ପହଞ୍ଚତ୍ବାକୁ ହେଲେ ରେଳଧାରଣା, ଜଙ୍ଗଲରାସ୍ତା ପାର୍‌ ହେବାକୁ ପଡୁଛି। ବନ୍ୟଜନ୍ତୁ ଆକ୍ରମଣ ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁନାହିଁ। ଜୀବନ ପ୍ରତି ବିପଦ ଥିବାରୁ ଅଭିଭାବକମାନେ ଭୟରେ କୋମଳମତି ପିଲାଙ୍କୁ ସ୍କୁଲ ଛାଡୁନାହାନ୍ତି। ଦୀର୍ଘ ୨ବର୍ଷ ହେଲା ସମସ୍ୟା ନେଇ ପ୍ରଶାସନର ଦ୍ୱାରସ୍ଥ ହେଉଥିଲେ ମଧ୍ୟ ପ୍ରଶାସନ ଗୁହାରି ଶୁଣୁନାହିଁ। ଶିକ୍ଷା ବିଭାଗର ଏଭଳି ନିଷ୍ପତ୍ତି ପିଲାଙ୍କୁ ମୂର୍ଖ କରିଦେବ ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି। କିଭଳି ଭାବେ ଗ୍ରାଉଣ୍ଡଜିରୋ ରିପୋର୍ଟ ପ୍ରସ୍ତୁତ କରି ବିଦ୍ୟାଳୟ ମିଶ୍ରଣ କରାଗଲା, ସେ ନେଇ ଗ୍ରାମବାସୀ ପ୍ରଶ୍ନ କରିଛନ୍ତି।
ଅଭିଯୋଗ ପାଇବା ପରେ ଜିଲାପାଳ ସରୋଜ କୁମାର ସେଠୀ ଜିଲା ଶିକ୍ଷା ଅଧିକାରୀଙ୍କ ଉପସ୍ଥିତିରେ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏ ସଂକ୍ରାନ୍ତରେ ସଦାଶିବପୁର ସରପଞ୍ଚ ଧରିତ୍ରୀ ମଲ୍ଲିକ କୁହନ୍ତି, ପଶାସିଂହ ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିବା ଲାଗି ସୁବିଧା ରହିଛି। ତେବେ ବିଦ୍ୟାଳୟ ମିଶ୍ରଣ ପରେ ସମସ୍ୟା ବଢ଼ିଛି। ଏ ନେଇ ବିଭିନ୍ନ ସମୟରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଆସନ୍ତା ୨୫ ତାରିଖରେ ଜିଲା ଶିକ୍ଷାଧିକାରୀ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବେ। ଏହା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଥିବା ସରପଞ୍ଚ କହିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି କୁହନ୍ତି, ଉଭୟ ସ୍କୁଲ ମଧ୍ୟରେ ଦୂରତା ୯୦୦ ମିଟର। ସ୍କୁଲ ଯିବା ରାସ୍ତା ହାତୀ ଉପଦ୍ରୁତ ବୋଲି ଅଭିଯୋଗ ହୋଇଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ତଦନ୍ତ କରି ରିପୋର୍ଟ ପ୍ରଦାନ କରାଯିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri