ହାତ ଯୋଡ଼ିଲେ, ନେହୁରା ହେଲେ

ଢେଙ୍କାନାଳ ଅଫିସ, ୨୨।୪ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦାଶିବପୁର ପଞ୍ଚାୟତ ଅଧୀନ ପଶାସିଂହ ଗ୍ରାମ ପ୍ରାଥମିକ ବିଦ୍ୟାଳୟ ମିଶ୍ରଣକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ପୁଞ୍ଜୀଭୂତ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି। ଛାତ୍ରୀଛାତ୍ରଙ୍କୁ ଅକଳରେ ପକାଉଥିବା ଏଭଳି ନିଷ୍ପତ୍ତିକୁ ବିରୋଧ କରି ଗୁରୁବାର ଶତାଧିକ ଅଭିଭାବକ ଏବଂ ଛାତ୍ରୀଛାତ୍ର ଜିଲାପାଳଙ୍କ ପ୍ରକୋଷ୍ଠ ଆଗରେ ପ୍ରତିବାଦ କରିଛନ୍ତି। ଛୋଟଛୋଟ ପିଲାମାନେ ହାତଯୋଡ଼ି ‘ଆମକୁ ଆମ ସ୍କୁଲ ଫେରାଇଦିଅ’ ବୋଲି ଗୁହାରି କରିବା ଦୃଶ୍ୟ ସମସ୍ୟାର ଗମ୍ଭୀରତାକୁ ଦର୍ଶାଉଥିବାବେଳେ ଏଥିପ୍ରତି ଜିଲା ପ୍ରଶାସନ ଏବଂ ଶିକ୍ଷା ବିଭାଗ ସକାରାତ୍ମକ ମନୋଭାବ ପୋଷଣ କରିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।
ଅଭିଯୋଗ ଅନୁଯାୟୀ, ୨୦୨୦ରେ ଗଣଶିକ୍ଷା ବିଭାଗର ଘୋଷଣା ପରେ ପଶାସିଂହ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଗ୍ରାମଠାରୁ ୨ କି.ମି. ଦୂର ରସାସିଂହ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରାଯାଇଛି। ଏହା ଫଳରେ ପିଲାମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ଅଞ୍ଚଳ ହାତୀ ଉପଦ୍ରୁତ। ସ୍କୁଲରେ ପହଞ୍ଚତ୍ବାକୁ ହେଲେ ରେଳଧାରଣା, ଜଙ୍ଗଲରାସ୍ତା ପାର୍‌ ହେବାକୁ ପଡୁଛି। ବନ୍ୟଜନ୍ତୁ ଆକ୍ରମଣ ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁନାହିଁ। ଜୀବନ ପ୍ରତି ବିପଦ ଥିବାରୁ ଅଭିଭାବକମାନେ ଭୟରେ କୋମଳମତି ପିଲାଙ୍କୁ ସ୍କୁଲ ଛାଡୁନାହାନ୍ତି। ଦୀର୍ଘ ୨ବର୍ଷ ହେଲା ସମସ୍ୟା ନେଇ ପ୍ରଶାସନର ଦ୍ୱାରସ୍ଥ ହେଉଥିଲେ ମଧ୍ୟ ପ୍ରଶାସନ ଗୁହାରି ଶୁଣୁନାହିଁ। ଶିକ୍ଷା ବିଭାଗର ଏଭଳି ନିଷ୍ପତ୍ତି ପିଲାଙ୍କୁ ମୂର୍ଖ କରିଦେବ ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି। କିଭଳି ଭାବେ ଗ୍ରାଉଣ୍ଡଜିରୋ ରିପୋର୍ଟ ପ୍ରସ୍ତୁତ କରି ବିଦ୍ୟାଳୟ ମିଶ୍ରଣ କରାଗଲା, ସେ ନେଇ ଗ୍ରାମବାସୀ ପ୍ରଶ୍ନ କରିଛନ୍ତି।
ଅଭିଯୋଗ ପାଇବା ପରେ ଜିଲାପାଳ ସରୋଜ କୁମାର ସେଠୀ ଜିଲା ଶିକ୍ଷା ଅଧିକାରୀଙ୍କ ଉପସ୍ଥିତିରେ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏ ସଂକ୍ରାନ୍ତରେ ସଦାଶିବପୁର ସରପଞ୍ଚ ଧରିତ୍ରୀ ମଲ୍ଲିକ କୁହନ୍ତି, ପଶାସିଂହ ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିବା ଲାଗି ସୁବିଧା ରହିଛି। ତେବେ ବିଦ୍ୟାଳୟ ମିଶ୍ରଣ ପରେ ସମସ୍ୟା ବଢ଼ିଛି। ଏ ନେଇ ବିଭିନ୍ନ ସମୟରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଆସନ୍ତା ୨୫ ତାରିଖରେ ଜିଲା ଶିକ୍ଷାଧିକାରୀ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବେ। ଏହା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଥିବା ସରପଞ୍ଚ କହିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି କୁହନ୍ତି, ଉଭୟ ସ୍କୁଲ ମଧ୍ୟରେ ଦୂରତା ୯୦୦ ମିଟର। ସ୍କୁଲ ଯିବା ରାସ୍ତା ହାତୀ ଉପଦ୍ରୁତ ବୋଲି ଅଭିଯୋଗ ହୋଇଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ତଦନ୍ତ କରି ରିପୋର୍ଟ ପ୍ରଦାନ କରାଯିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?