ଘର କ୍ରେତାଙ୍କ ସମସ୍ୟା ଦୂରକରିବ ରେରା:ମୋଦି

ଲକ୍ଷ୍ନୌ : ବିଲ୍ଡର ଏବଂ ଘର କିଣୁଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ବିଶ୍ୱାସ କ୍ଷେତ୍ରରେ ବିଭିନ୍ନ ସମସ୍ୟା ରହିଛି। ଏଭଳି ବିଭିନ୍ନ ଆନୁଷଙ୍ଗିକ ସମସ୍ୟା ଦୂରକରିବା ଲାଗି ରିୟଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି(ରେରା) ଗଠନ କରାଯାଇଛି। ଏହା ଘର କିଣୁଥିବା ବ୍ୟକ୍ତିବିଶେଷଙ୍କ ସମସ୍ୟା ଦୂରକରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଠାରେ ଏକ କାର୍ଯ୍ୟକ୍ରମରେ ସୂଚନା ଦେଇଛନ୍ତି। ଭିଡିଓକନ୍‌ଫରେନ୍ସି ଯୋଗେ ଆଗ୍ରା ମେଟ୍ରୋ ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ଶୁଭାରମ୍ଭ କରି ମୋଦି କହିଛନ୍ତି, କିଛି ଖରାପ ପ୍ରବୃତ୍ତି ରଖୁଥିବା ଲୋକଙ୍କ ପାଇଁ ସମଗ୍ର ରିୟଲ ଇଷ୍ଟେଟ କ୍ଷେତ୍ର ନାମ ବଦନାମ ହେଉଛି। ଏ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଯୋଗୁ ଦେଶର ମଧ୍ୟବିତ୍ତ ବର୍ଗଙ୍କୁ ବିଭିନ୍ନ ଅସୁବିଧା ସାମ୍ନା କରିବାକୁ ପଡୁଛି।
ରେରା ଲାଗୁହେବା ପରେ ରିୟଲ ଇଷ୍ଟେଟ କ୍ଷେତ୍ରର ବିଭିନ୍ନ ସମସ୍ୟା ସମାଧାନ ତ୍ୱରିତ ହୋଇଛି। ସହରରେ ଲୋକଙ୍କ ଜୀବନକୁ ସରଳ କରିବା ଲାଗି ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟ ସରକାର ହାତକୁ ନେଉଥିବା ସେ କହିଛନ୍ତି। ଅତ୍ୟାଧୁନିକ ପବ୍ଲିକ ଟ୍ରାନ୍ସପୋର୍ଟଠାରୁ ଆରମ୍ଭକରି ହାଉସିଂ ଯାଏ ବିଭିନ୍ନ ଦିଗକୁ ଧ୍ୟାନରେ ରଖାଯାଇଛି। ପ୍ରଧାନମନ୍ତ୍ରୀ ଆଓ୍ବାସ ଯୋଜନାରେ ଗରିବଙ୍କୁ ସହାୟତା ଯୋଗାଇଦେବା ଲାଗି ବିଭିନ୍ନ କାର୍ଯ୍ୟପନ୍ଥା ହାତକୁ ନିଆଯାଇଛି। ସହରାଞ୍ଚଳରେ ୧୨ ଲକ୍ଷ ମଧ୍ୟବିତ୍ତ ପରିବାରଙ୍କୁ ଘର କ୍ରୟରେ ସହାୟତା ଯୋଗାଇଦେବା ଲାଗି ସରକାର ୨୮ ହଜାର କୋଟି ଟଙ୍କା ସୁବିଧା କରିଛନ୍ତି। ଅମୃତ ଯୋଜନାରେ ଜଳ ଏବଂ ସ୍ବେରେଜ ଭିତ୍ତିଭୂମି ନିର୍ମାଣ ଏବଂ ଅତ୍ୟାଧୁନିକ ଉପାୟରେ ବର୍ଜ୍ୟବସ୍ତୁ ପରିଚାଳନା ଭଳି ବ୍ୟବସ୍ଥା ହାତକୁ ନିଆଯାଇଛି ବୋଲି ମୋଦି ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?