ଉଦ୍ଧାର ଶିଶୁ ପୁଣି ସାଜୁଛନ୍ତି ଶ୍ରମିକ

ଯାଜପୁର,୧୬ା୧୦(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲାର ବିଭିନ୍ନ ହୋଟେଲ, ଗ୍ୟାରେଜ ଆଦି ସ୍ଥାନରେ କାମ କରୁଥିବା ଶିଶୁମାନଙ୍କୁ ଉଦ୍ଧାର କରିବା ପରେ ପୁଣି ସେମାନେ ଶିଶୁ ଶ୍ରମିକ ଭାବେ କାମ କରୁଥିବା ଦେଖିବାକୁ ମିଳିଛି।
ଶିଶୁ ଅଧିକାରକୁ କ୍ଷୁର୍ଣ୍ଣ କରୁଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ଶିଶୁ ଓ କିଶୋର ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଶିଶୁ ଅଧିକାର କର୍ମୀ ମଣ୍ଟୁ ଦାସ ଶ୍ରମ ଉଦ୍ଧାରକାରୀ ଟାକ୍ସଫୋର୍ସ କମିଟିର ଅଧ୍ୟକ୍ଷ ଓ ଶ୍ରମ କମିଶନରଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି । ଯଦି ପ୍ରଶାସନ ପକ୍ଷରୁ ଶ୍ରମ ମୁକ୍ତ ରାଜ୍ୟ ଗଠନ ପାଇଁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରା ନ ଯାଏ ତେବେ ସେ ନ୍ୟାୟିକ ବ୍ୟବସ୍ଥାର ଆଶ୍ରୟ ନେବେ ବୋଲି ଚେତାବନୀ ଦେଇଛନ୍ତି। ସେ ତାଙ୍କ ଅଭିଯୋଗରେ ଆହୁରି ଦର୍ଶାଇଛନ୍ତି ଯେ, ଗତ ଏପ୍ରିଲ ୨୯ରେ ରସୁଲପୁର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଜନଶୁଣାଣୀ ଶିବିରରେ ଜାତୀୟ ରାଜପଥ-୧୬ ଗୋପାଳପୁର ନିକଟରେ ଥିବା ଏକ ହୋଟେଲରୁ ଦୁଇ ଜଣ ଶିଶୁ ଶ୍ରମିକ କାମ କରୁଥିଲେ। ଘଟଣାର ଅଭିଯୋଗ ପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ଡିସିପିଓ ଓ କୁଆଖିଆ ପୋଲିସ ମିଳିତ ପ୍ରୟାସରେ ହୋଟେଲରେ ଚଢାଉ କରି ଦୁଇ ଶିଶୁଙ୍କୁ ଉଦ୍ଧାର କରିଥିଲେ। ଶିଶୁ ଦୁହିଁଙ୍କୁ ଶିଶୁ ମଙ୍ଗଳ କମିଟିରେ ହାଜର କରିବା ପରେ ସେମାନଙ୍କ ଅଭିଭାବକଙ୍କୁ ହସ୍ତାନ୍ତର କରାଯାଇଥିଲା । ମାତ୍ର ସେମାନଙ୍କ ମଙ୍ଗଳ ପାଇଁ କୌଣସି ବ୍ୟବସ୍ଥା କରାଯାଇ ନ ଥିଲା। କେବଳ ସେମାନଙ୍କୁ ଭିନ୍ନ ଭିନ୍ନ ଶିକ୍ଷାନୁଷ୍ଠାନରେ ନାମ ଲେଖାଇ ଦିଆଯାଇଥିଲା। କିନ୍ତୁ ଶିଶୁଙ୍କ ପାରିବାରିକ ଆର୍ଥିକ ସ୍ଥିତିର ସୁଧାର ପାଇଁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା । ଉକ୍ତ ଶିଶୁଙ୍କ ସ୍ଥାୟୀ ଘର ଅଛି କି ନାହିଁ ତାହାର ତଥ୍ୟ ନିଆଯାଇ ନ ଥିଲା । ପରିବାରରେ ଦାରିଦ୍ର୍ୟତା ଯୋଗୁ ଶିଶୁ ଦୁଇଜଣ ଏବେ ଉକ୍ତ ହୋଟେଲରେ ପୁନର୍ବାର ଶ୍ରମିକ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ହୋଟେଲରୁ ଶିଶୁ ଉଦ୍ଧାର ୩ ମାସ ପରେ ମଧ୍ୟ ପ୍ରଶାସନ ପକ୍ଷରୁ ହୋଟେଲ ମାଲିକ ବିରୋଧରେ ଏତଲା ମଧ୍ୟ କରାଯାଇନାହିଁ । ଯାହାଫଳରେ ଶିଶୁ ଦୁହେଁ ଏବେ ବି ଶ୍ରମିକ ଭାବେ ନିଯୋଜିତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଜିଲାରେ ଶିଶୁ ଶ୍ରମିକ ବଢୁଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ କେବେ କେମିତି ଉଦ୍ଧାର କରାଯାଉଛି। ମାତ୍ର ନିୟମ ଅନୁଯାୟୀ ଶିଶୁଶ୍ରମିକ ନିଯୋଜିତ କରୁଥିବା ଲୋକଙ୍କ ବିରୋଧରେ କୌଣସି ପ୍ରକାର ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ସମାଜରେ ଶିଶୁଶ୍ରମିକ ସଂଖ୍ୟା ଅଣାୟତ୍ତ ହେବାର ଦେଖା ଦେଇଛି। ଅପରପକ୍ଷେ ଶିଶୁଶ୍ରମିକ ନିୟୋଜିତ କରୁଥିବା ବ୍ୟକ୍ତିମାନେ ଆହୁରି ଉତ୍ସାହିତ ହେଇଛନ୍ତି। ଯାହାଫଳରେ ସରକାରଙ୍କ ଯେଉଁ ମହତ୍‌ ଉଦ୍ଦେଶ୍ୟ ରହିଛି ଶିଶୁଶ୍ରମିକ ମୁକ୍ତ ରାଜ୍ୟ ଗଠନ କରିବା ତାହା ସଫଳ ହୋଇ ପାରୁନାହିଁ ବୋଲି ମତପ୍ରକାଶ ପାଇଛି। ଏ ସଂକ୍ରାନ୍ତରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ନିରଞ୍ଜନ କରଙ୍କ ମତାମତ ନେବାକୁ ତାଙ୍କ ମୋବାଇଲକୁ ରବିବାର ରାତି ପ୍ରାୟ ୭ ଟା ୫୦ ମିନିଟରେ ଯୋଗାଯୋଗ କରିଥିଲେ ହେଁ ସେ ଫୋନ କଲ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri