ଉଦ୍ଧାର ହରିଣର ମୃତ୍ୟୁ

ବାରିପଦା ଅଫିସ,୨।୪: ଶିମିଳିପାଳ ଅଭୟାରଣ୍ୟରୁ ବାଟବଣା ହୋଇଥିବା ଏକ ହରିଣକୁ ବନ ବିଭାଗ ଉଦ୍ଧାର କରିବା ପରେ ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଛି। ବନ ବିଭାଗ ହରିଣ ମୃତଦେହ ବ୍ୟବଚ୍ଛେଦ କରାଇ ତଦନ୍ତ ଜାରି ରଖିଛି। ରବିବାର ବାରିପଦା ମଞ୍ଚାବନ୍ଧାସ୍ଥିତ ଲେଡି ହେମିଲଟନ ଆମ୍ବ ବାଗାନରେ ଏକ ହରିଣ ଗୁରୁତର ଆହତ ଅବସ୍ଥାରେ ପଡ଼ିଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ହରିଣକୁ ଉଦ୍ଧାର କରି ଚିକିତ୍ସା ଆରମ୍ଭ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ହରିଣର ମୃତ୍ୟୁ ଘଟିଛି। ଅନଭିଜ୍ଞ କର୍ମଚାରୀଙ୍କ ଦ୍ୱାରା ଉଦ୍ଧାର ହେଉଥିବା ବନ୍ୟଜନ୍ତୁଙ୍କର ହୃଦ୍‌ଘାତଜନିତ କାରଣରୁ ମୃତ୍ୟୁ ଘଟୁଥିବା ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି। ତେବେ ଶିକାରୀଙ୍କ ଦ୍ୱାରା ବାଟବଣା ହୋଇ ଜନବସତି ମୁହଁା ଜଙ୍ଗଲୀ ଜନ୍ତୁଙ୍କ ସୁରକ୍ଷା ନିମନ୍ତେ ବନ ବିଭାଗ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri