କୁକୁର କବଳରୁ କୃଷ୍ଣସାର ମୃଗ ଉଦ୍ଧାର

ବୁଗୁଡ଼ା,୨୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ବାଲିପଦର ସେକ୍ସନର କନ୍ଧ ଚନ୍ଦନପେଢ଼ି ଗ୍ରାମରୁ ଏକ ମାଈ କୃଷ୍ଣସାର ମୃଗ ଉଦ୍ଧାର ହୋଇଛି।
ଏକ ବୁଲା କୁକୁର ମୁହଁରୁ ମୃଗକୁ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ରବିବାର ସାରେ କୃଷ୍ଣସାର ମୃଗଟି କନ୍ଧ ଚନ୍ଦନପେଢି ଗ୍ରାମ ନିକଟରେ ପହଞ୍ଚିଥିବା ବେଳେ ବୁଲା କୁକୁର ଟିଏ ତାକୁ ଆକ୍ରମଣ କରିଥିଲା। ଏହି ସମୟରେ ଗ୍ରାମବାସୀ ଉଦ୍ଧାରକରି ବନ ବିଭାଗକୁ ଖବର ଦେଇଥିଲେ । ବାଲିପଦର ବନପାଳ କ୍ଷୀରୋଦ ଗୌଡ଼ ଓ ପାରା ଫରେଷ୍ଟର କର୍ମଚାରୀ ବୃନ୍ଦ ପହଞ୍ଚି ଆହତ ମୃଗର ଚିକିତ୍ସା କରିଥିଲେ। ମୃଗଟି ସୁସ୍ଥ ଥିବାବେଳେ ତାକୁ କୃଷ୍ଣସାର ପଲରେ ଛଡ଼ାଯିବ ବୋଲି ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri