ଯନ୍ତ୍ରୀଙ୍କ ଘରୁ ବାଳଶ୍ରମିକ ଉଦ୍ଧାର

ଫୁଲବାଣୀ ଅଫିସ,୧୫ା୨: ଫୁଲବାଣୀ କ୍ଷୁଦ୍ର ଜଳସେଚନ (ଏମ୍‌ଆଇ) ବିଭାଗ ଯନ୍ତ୍ରୀଙ୍କ ଘରୁ ଜଣେ ବାଳଶ୍ରମିକଙ୍କୁ ବୁଧବାର ଚାଇଲ୍ଡ ଲାଇନ ଏବଂ ଜିଲା ଶ୍ରମ ବିଭାଗ ଅଧିକାରୀ ଚଢ଼ାଉ କରି ଉଦ୍ଧାର କରିଛ। ନାବାଳକଙ୍କୁ ଜିଲା ମଙ୍ଗଳ କମିଟି(ସିଡବ୍ଲ୍ୟୁସି)ରେ ହାଜର କରାଯିବା ପରେ ତାଙ୍କୁ ସାଧନ କେନ୍ଦ୍ରରେ ରଖାଯାଇଛି। ସେଠାରେ ତାଙ୍କ ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରାଯିବ ବୋଲି ସିଡବ୍ଲ୍ୟୁସି ଅଧ୍ୟକ୍ଷ ରଜତ କୁମାର ଦିଗାଲ ପ୍ରକାଶ କରିଛନ୍ତି।

ସୂଚନାନୁସାରେ ନାବାଳକଙ୍କ ଘର ଚକାପାଦ ଥାନା ଅଞ୍ଚଳରେ। ସେ ପ୍ରାୟ ଦେଢ଼ ବର୍ଷ ହେବ ଏମ୍‌ଆଇ ଯନ୍ତ୍ରୀ(ଏଷ୍ଟିମେଟର) ପ୍ରଣତୀ ପଟ୍ଟନାୟକଙ୍କ ଘରେ କାମ କରି ଆସୁଥିଲେ। ଘଟଣା ନେଇ କେହି ଚାଇଲ୍ଡ ଲାଇନ୍‌କୁ ୧୦୯୮(ଟୋଲ୍‌ ଫ୍ରି) ନଂ ଜରିଆରେ ଖବର ଦେଇଥିଲେ। ସୂଚନା ପାଇବା ପରେ ଜିଲା ଶ୍ରମ ଅଧିକାରୀଙ୍କୁ ସୂଚନା ଦିଆଯାଇଥିଲା। ଜିଲା ଉପଶ୍ରମଧିକାରୀ ଶୁଭଦର୍ଶନୀ ନାୟକଙ୍କ ନେତୃତ୍ୱରେ ଚାଇଲ୍ଡ ଲାଇନ୍‌ର କେନ୍ଦ୍ର ସଂଯୋଜିକା ରିତା କମ୍‌, ସଦସ୍ୟ ଶିବଶଙ୍କର ବେହେରା, ସୌମ୍ୟରଞ୍ଜନ ମିଶ୍ର ପ୍ରମୁଖ ମିଳିତ ଭାବେ କ୍ଷୁଦ୍ର ଜଳସେଚନ ବିଭାଗ କଲୋନୀକୁ ଯାଇ ନାବାଳକଙ୍କୁ ଉଦ୍ଧାର କରିଥିଲେ। ଏ ସମ୍ପର୍କରେ ସମ୍ପୃକ୍ତ ଯନ୍ତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯିବ ବୋଲି ଉପ ଶ୍ରମଧିକାରୀ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri