କାଲି ନିଖୋଜ, ଆଜି ଡୁଡୁକିଝରିଆ ଜଙ୍ଗଲରେ ପୁଅଙ୍କ ଝୁଲନ୍ତା ମୃତଦେହ ଦେଖି ବାପା…

ପାଇକମାଳ,୧୨।୮(ବଡ ଶତପଥୀ):ବରଗଡ ଜିଲା ପାଇକମାଳ ବ୍ଲକ ଜାମସେଠ ପଞ୍ଚାୟତ ଡୁଡୁକିଝରିଆ ନିକଟସ୍ଥ ଜଙ୍ଗଲରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ପାଇକମାଳ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ପାଇକମାଳ ଥାନା ଜାମସେଠ ପଞ୍ଚାୟତ ଡୁଡୁକିଝରିଆ ଗାଁର ଦୀନବନ୍ଧୁ ଭୋଇଙ୍କ ପୁଅ ଚନ୍ଦ୍ରଶେଖର ଭୋଇ (୧୯)। କିଛିଦିନ ଆଗରୁ ତାଙ୍କର ମାନସିକ ସ୍ଥିତି ଠିକ ନ ଥିଲା। ସୋମବାର ତାଙ୍କ ବାପା ବିଲକୁ ପାଣି ମଡାଇବା ପାଇଁ ସାଙ୍ଗରେ ଯିବାକୁ କହିଥିଲେ ହେଲେ ସେ ନ ଯାଇ ନିକଟସ୍ଥ ଜଙ୍ଗଲ ପାଖରେ ଥିବା ଡ୍ୟାମ ଆଡ଼କୁ ଯାଇଥିଲେ। ତାଙ୍କୁ ମଙ୍ଗଳବାର ଖୋଜାଖୋଜି କରିବା ପରେ ସକାଳେ ନିକଟସ୍ଥ ଜଙ୍ଗଲରେ ଗୋଟିଏ ଗଛରେ ଆତ୍ମହତ୍ୟା କରିଥିବା ଦେଖି ପାଇକମାଳ ପୋଲିସକୁ ଦୀନବନ୍ଧୁ ଖବର ଦେଇଥିଲେ । ଏନେଇ ପାଇକମାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଝୁଲନ୍ତା ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁଁ ପଦ୍ମପୁର ପଠାଇଛି । ଏନେଇ ପାଇକମାଳ ଥାନାରେ କେସ ନଂ ୧୨/୨୫ ରେ ମାମଲାରେ ରୁଜୁ ହୋଇ ତଦନ୍ତ ଚାଲିଛି ବୋଲି ପାଇକମାଳ ଥାନା ଆଇଆଇସି କୈଳାସ ଚନ୍ଦ୍ର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?