ବାହାଡ଼ାପଦରରୁ କୁଟୁରା ଛୁଆ ଉଦ୍ଧାର

ଭଞ୍ଜନଗର,୨୯।୫(ଡି.ଏନ.ଏ): କେତେକ ପ୍ରଜାତିର ବନ୍ୟପ୍ରାଣୀ ଯଥା ବାର୍‌ହା, କୁଟୁରା, ମୃଗ ସଂଖ୍ୟା ଜଙ୍ଗଲରେ ହୁହୁ ହୋଇ ବଢ଼ିବାରେ ଲାଗିଛି। ଜଙ୍ଗଲରେ ସନ୍ତୁଳନ ରକ୍ଷା ପାଇଁ ଅନ୍ୟ ପ୍ରଜାତିର ପ୍ରାଣୀ ସଂଖ୍ୟା କମିଯାଉଛି। ଜଙ୍ଗଲ କ୍ଷୟ ସମେତ ପ୍ରମୁଖ କାରଣ ଯୋଗୁ ବିଭିନ୍ନ ସମୟରେ ବନ୍ୟପ୍ରାଣୀ ମାନେ ଖାଦ୍ୟ ଅନ୍ବେଷଣରେ ଗ୍ରାମ ଅଭିମୁଖେ ଚାଲି ଆସୁଛନ୍ତି। ଶନିବାର ମୁଜାଗଡ଼ ରେଞ୍ଜ ବାହାଡ଼ାପଦର ଗ୍ରାମ ନିକଟ ନାଳରେ ଏକ କୁଟୁରା ଛୁଆ ବୁଲୁଥିଲା । ଏହି ସମୟରେ କୁକୁରମାନେ କୁଟୁରା ଛୁଆଟିକୁ ଆକ୍ରମଣ କରିବା ପାଇଁ ଗୋଡ଼ାଇଥିଲେ । ଫଳରେ କୁଟୁରା ଛୁଆଟି ପ୍ରାଣବିକଳରେ ଗ୍ରାମ ଅଭିମୁଖେ ଦୌଡ଼ି ଆସିଥିଲା । ଗ୍ରାମବାସୀ କୁଟୁରା ଛୁଆଟିକୁ ଉଦ୍ଧାର କରି ରେଞ୍ଜର ବିମ୍ବାଧର ସାହୁଙ୍କୁ ଜଣାଇଥିଲେ । ରେଞ୍ଜରଙ୍କ ନିର୍ଦ୍ଦେଶକ୍ରମେ ବନ ବିଭାଗ କର୍ମଚାରୀ ସୁଶାନ୍ତ କୁମାର ମିଶ୍ର, ଭିକାରୀ ବିଷୋୟୀ, ସଞ୍ଜୟ ସ୍ବାଇଁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଛୁଆଟିକୁ ନେଇ ଗାଲେରୀ ସଂରକ୍ଷିତ ଜଙ୍ଗଲରେ ଛାଡ଼ି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri