ଅପହରଣ ଉଦ୍ୟମ ବେଳେ ନାବାଳକ ଉଦ୍ଧାର

ଦେବଗଡ଼, ୫।୯ (ଶଶାଙ୍କ ଶେଖର ଝାଙ୍କର ): ଜଣେ ନାବାଳକଙ୍କୁ ଅପହରଣ ଉଦ୍ୟମ ବେଳେ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ କଣ୍ଟାବାହାଳ ଗ୍ରାମରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ନାବାଳକ ଜଣକ ଦେବଗଡ଼ ଥାନା ବିଜୟନଗର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ସଂପୃକ୍ତ ନାବାଳକଙ୍କ ମା’ ଦେବଗ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ନାବାଳକ ଜଣକ ସହାୟକ ଭାବେ ତାଙ୍କ ସହିତ ରହିଥିଲେ। ଜଣେ ଅଚିହ୍ନା ବ୍ୟକ୍ତି ନିଜକୁ ତାଙ୍କର ମାମୁଁ ବୋଲି ପରିଚୟ ଦେବା ସହ ବିଭିନ୍ନ ପ୍ରଲୋଭନ ଦେଖାଇ ଅପହରଣ କରି ନେଇଥିଲେ। ଏକ ବାଇକ ଯୋଗେ ଯାଉଥିବା ବେଳେ କଣ୍ଟାବାହାଳ ନିକଟରେ ବାଇକର ପେଟ୍ରୋଲ ସରିଯାଇଥିବାରୁ ସ୍ଥାନିୟ ଏକ ଦୋକାନରୁ ପେଟ୍ରୋଲ ପକାଇ ଥିଲେ। ଅଚିହ୍ନା ବ୍ୟକ୍ତିଙ୍କ ହାତରେ ଟଙ୍କା ନ ଥିବାରୁ ସଂପୃକ୍ତ ନାବାଳକଙ୍କୁ ଦୋକାନୀଙ୍କ ପାଖରେ ବନ୍ଧା ପକାଇ ସେଠାରେ ଛାଡି ଚାଲି ଯାଇଥିଲୋ। ଦୀର୍ଘ ସମୟ ଧରି ନ ଆସିବାରୁ ଦୋକାନୀ ଜଣକ ସନ୍ଦେହ କରି ନାବାଳକଙ୍କୁ ପଚରାଉଚୁରା କରିବା ପରେ ସତ କଥା ଜାଣିବାକୁ ପାଇଥିଲେ। ପରେ ଗ୍ରାମବାସୀଙ୍କୁ ଜଣାଇବା ସହ ପୋଲିସ ଏବଂ ଶିଶୁ ସୁରକ୍ଷା ଅଧିକାରୀଙ୍କୁ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର, ସୁରକ୍ଷା ଅଧିକାରୀ ଚିନ୍ମୟ କୁମାର ସାଇଁ ପ୍ରମୁଖ ପହଞ୍ଚି ଖଇରପାଲି ଫାଣ୍ଡି ପୁଲିସ ଉପସ୍ଥିତିରେ ଉଦ୍ଧାର କରି ପରିବାର ଲୋକଙ୍କୁ ରାତି ୧୨ ଟା ସମୟରେ ହସ୍ତାନ୍ତର କରିଥିଲେ। ଏନେଇ ସଂପୃକ୍ତ ନାବାଳକଙ୍କ ମା’ ଥାନାରେ ଏକ ଏତଲା ଦେଇଥିବା ବେଳେ ପୋଲିସ ଅଧିକ ତଦନ୍ତ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri