ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବରଗଡ଼,୨୦ା୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡ଼ିତା ଏବେ ମଧ୍ୟ ଭୀମସାର୍‌, ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ସୋମବାର ବରଗଡ଼ ଟାଉନ ଥାନା ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବରଗଡ଼ ଜିଲା ବିଜେପୁର ଥାନା ପୁଟକା ଗ୍ରାମର ସର୍ଜନ ଡନସନା (୩୬), ପ୍ରହଲ୍ଲାଦ ଦାଶ(୩୩) ଏବଂ ଜଗଦଲପୁର ଥାନା ଧୁମାଭଟା ଗ୍ରାମର ଜୟକୃଷ୍ଣ ଡନସନା(୪୦)। ତେବେ ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ପାରି ନ ଥିବା ଚର୍ଚ୍ଚା ଚାଲିଛି। ଘଟଣାର ଅଧିକ ତଦନ୍ତ ଚାଲିଛି ଏବଂ ଏହି ମାମଲାରେ ଅନ୍ୟ ଯେଉଁମାନଙ୍କ ସମ୍ପୃକ୍ତି ରହିଛି, ସେମାନଙ୍କୁ ଧରିବା ପାଇଁ ପୋଲିସର ଉଦ୍ୟମ ଜାରି ରହିଛି ବୋଲି ବରଗଡ଼ ଟାଉନ ଥାନା ଆଇଆଇସି ସତ୍ୟଜିତ୍‌ କଣ୍ଡାନକେଲ କହିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ବରଗଡ଼ ସଚେତନ ନାଗରିକ ମଞ୍ଚ ମଙ୍ଗଳବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବରଗଡ଼ ବନ୍ଦ ଡାକରା ଦେଇଛି।
ପ୍ରକାଶଥାଉକି, ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ବେଳେ ପୀଡିତା ନିଖୋଜ ହୋଇ ଯାଇଥିଲେ। ନିଖୋଜ ହେବାର ପ୍ରାୟ ୪୮ ଘଣ୍ଟା ପରେ ଅର୍ଥାତ୍‌ ଗତ ୧୪ତାରିଖ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୀଡ଼ିତା ଉଦ୍ଧାର ହୋଇଥିଲେ। ତାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ଉଦ୍ୟମ ହୋଇଥିବା ନେଇ ପୀଡିତାଙ୍କ ମା’ ବରଗଡ଼ ଟାଉନ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri