Posted inଜାତୀୟ

ଖୁବଶୀଘ୍ର ଆରମ୍ଭ ହୋଇପାରେ ଅମରନାଥ ଯାତ୍ରା

ନୂଆଦିଲ୍ଲୀ,୧୦ ।୭: ଅମରନାଥ ଗୁମ୍ଫା ନିକଟରେ ହୋଇଥିବା ବାଦଲ ଫଟା ବର୍ଷାରେ ଏବେ ପର୍ଯ୍ୟନ୍ତ ୧୬ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ୬୫ ଜଣଙ୍କ ଚିକିତ୍ସା ଚାଲିଛି । ୪୧ ଜଣ ଏବେବି ନିଖୋଜ ଥିବା କୁହାଯାଉଛି । ତୃତୀୟ ଦିନରେ ବି ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଜମ୍ମୁ-କଶ୍ମୀର ପୋଲିସ, ଏନଡିଆରଏଫ, ଭାରତୀୟ ସେନା ଓ ଭାରତୀୟ ତିବ୍ୱତ ସୀମା ପୋଲିସ ଉଦ୍ଧାର କାର୍ଯ୍ୟରେ ଲାଗି ପଡିଛନ୍ତି ।
ଶୁକ୍ରବାର ମନ୍ଦିର ପରିସରରେ ଅପରାହ୍ନ ୪ଟା ୩୦ରୁ ୬ଟା ୩୦ ମଧ୍ୟରେ ୩୧ ମିଲିମିଟର ବର୍ଷା ହୋଇଥିବାରୁ ଏହା ବାଦଲ ଫଟା ବର୍ଷା ନୁହେଁ ବୋଲି ପାଣିପାଗ ବିଶେଷଜ୍ଞ କହୁଛନ୍ତି । ଏହା ସାଧାରଣ ବର୍ଷା ଓ ଏହାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବରୁ ସତର୍କ ସୂଚନା ଦିଆଯାଇଥିବା କୁହାଯାଉଛି । ଏହି ସାଧାରଣ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରିପାରେ ବୋଲି କୁହାଯାଇଥିବା ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ । ଏବେବି ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏହା ଖୁବଶୀଘ୍ର ଶେଷ ହେବ ବୋଲି କୁହାଯାଇଛି । ଏହି ଘଟଣା ପରେ ଅମରନାଥ ଯାତ୍ରାକୁ ସାମୟିକ ଭାବେ ବନ୍ଦ ରଖାଯାଇଛି । ଏବେ ଜଣାପଡିଛି କି ପାଗରେ ପରିବର୍ତ୍ତନ ହେଲେ ଦିନେ କି ଦୁଇ ଦିନ ମଧ୍ୟରେ ପୁଣିଥରେ ଅମରନାଥ ଯାତ୍ରା ଆରମ୍ଭ କରାଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ 29 ବଲ ରୁ 94 ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ 15 ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri