ମୃତ ଗାଙ୍ଗେଟିକ୍‌ ଡଲ୍‌ଫିନ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ/ରାଜନଗର(ଡି.ଏନ.ଏ.)/ପଟ୍ଟାମୁଣ୍ଡାଇ(ସ୍ବ.ପ୍ର.), ୨୪।୧୧: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗଙ୍ଗାରାମପୁର ପଞ୍ଚାୟତର କଇଁକୁଳା ଗଁା ନିକଟରୁ ଏକ ମୃତ ଗାଙ୍ଗେଟିକ୍‌ ଡଲଫିନ ରବିବାର ଉଦ୍ଧାର ହୋଇଛି। ଏହାର ଓଜନ ୬୦ କେଜି ଏବଂ ଲମ୍ବ ୭ ଫୁଟ ୩ ଇଞ୍ଚ। ଏହା ବିରଳ ଜାତୀୟ ଜଳଚର ପ୍ରାଣୀ ଏବଂ ସାଧାରଣତଃ ମଧୁର ଜଳରେ ରୁହନ୍ତି। ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଏମାନେ ବେଶି ଦେଖାଯାଆନ୍ତି। ଭାରତୀୟ ବନ୍ୟପ୍ରାଣୀ ସଂରକ୍ଷଣ ଆଇନ ଅନୁଯାୟୀ ଏମାନେ ସିଡ୍ୟୁଲ-୧ ଅନ୍ତର୍ଭୁକ୍ତ ପ୍ରାଣୀ ବୋଲି ପ୍ରାଣୀ ବିଶେଷଜ୍ଞ ଶିବ ପ୍ରସାଦ ପରିଡ଼ା କହିଛନ୍ତି।
କଇଁକୁଳା ଗ୍ରାମ ନିକଟ ଭେଡିସାହି ଗାଁର ମତ୍ସ୍ୟଜୀବୀମାନେ ରବିବାର ଗୋବରୀ ନଦୀରେ ଜାଲ ପକାଇ ଉଠାଇବାବେଳେ ସେଥିରେ ଉକ୍ତ ଡଲଫିନ୍‌ଟି ପଡ଼ିଥିବା ଦେଖିବାକୁ ପାଇଥିଲେ। ଜାଲକୁ ଟାଣି ଭୂମି ଉପରେ ରଖିବା ପରେ ଡଲଫିନ୍‌ଟି ମରିଯାଇଥିଲା। ମତ୍ସ୍ୟଜୀବୀମାନେ କଇଁକୁଳା ଗଁା ନିକଟ ପଡ଼ିଆରେ ତାହାକୁ ଫୋପାଡ଼ି ଦେଇଥିଲେ। ବିଳମ୍ବିତ ରାତ୍ରିରେ ରାଜନଗର ଭାରପ୍ରାପ୍ତ ରେଞ୍ଜ ଅଫିସର ଧନେଶ୍ୱର ରଥ, ଫରେଷ୍ଟର ମହନ୍ତ କୁମାର ମଲ୍ଲିକ, ଫରେଷ୍ଟ ଗାର୍ଡ ତ୍ରିଦୀପ କୁମାର ପ୍ରଧାନ, ଦେବେନ୍ଦ୍ର କୁମାର ଶତପଥୀ, ନିରୁପମା ଷଡ଼ଙ୍ଗୀ ପ୍ରମୁଖ ମୃତ ଡଲଫିନକୁ ଉଦ୍ଧାର କରି ସଂସାରଫଳସ୍ଥିତ ସେଣ୍ଟ୍ରାଲ ନର୍ସରିକୁ ଆଣିଥିଲେ। ମହାନଦୀ ଡେଲ୍‌ଟା ମୁହାଣରୁ ଏହି ଡଲ୍‌ଫିନ୍‌ଟି ଗୋବରୀ ନଦୀକୁ ପଶି ଆସିଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ରାଜନଗରର ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଦେବୀ ପ୍ରସାଦ କୁଣ୍ଡ ମୃତ ଡଲଫିନର ବ୍ୟବଚ୍ଛେଦ କରିଥିଲେ। ମାଂସ କଢ଼ାଯାଇ ଡିଏନଏ ଟେଷ୍ଟ ପାଇଁ ନମୁନା ସଂଗ୍ରହ କରାଯାଇଛି। କଙ୍କାଳକୁ ମଙ୍ଗଳବାର ଭିତରକନିକାର ଡାଙ୍ଗମାଳ ମ୍ୟୁଜିୟମ୍‌କୁ ପଠାଯିବ। ସେଠାରେ କାଚ ବାକ୍ସରେ ସଂରକ୍ଷିତ କରି ରଖାଯିବା ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri