ବାଘ ନଦୀରେ ଫସି ରହିଥିବା ୫ ଉଦ୍ଧାର

ଫୁଲବାଣୀ ଅଫିସ/ କୋଟଗଡ଼(ଡି.ଏନ୍‌.ଏ.)୨୧ା୯: ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲାରେ ସୋମବାର ରାତିରୁ ପ୍ରବଳ ବର୍ଷା ହେଉଛି। ବର୍ଷା ଯୋଗୁ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଫିରିଙ୍ଗିଆ ବ୍ଲକ ବାଲନ୍ଦାପଡା ବାଘଡୁଙ୍ଗୁରି ଗ୍ରାମର ୫ଜଣ ଲୋକ ମଙ୍ଗଳବାର ସକାଳେ ବାଘ ନଦୀ ପାର ହୋଇ କାମ କରିବାକୁ ଯାଉଥିଲେ। ତେବେ ହଠାତ ପାଣି ଆସିଯିବାରୁ ସେମାନେ ନଦୀ ପାଖରେ ଥିବା ପମ୍ପ ହାଉସ ଛାତରେ ଚଢ଼ିଯାଇ ଜୀବନ ବଞ୍ଚାଇଛନ୍ତି। ଏମାନେ ଫସି ରହିଥିବା ଖବରପାଇ ଫିରିଙ୍ଗିଆ ଅଗ୍ନିଶମ ବାହିନୀ ଓ ଟିମ୍‌ ହ୍ୟୁମାନିଟି ସଦସ୍ୟମାନେ ପହଞ୍ଚି ତୁରନ୍ତ ଉଦ୍ଧାର କରିଛନ୍ତି। ଅନ୍ୟପକ୍ଷରେ ଲଗାଣ ବର୍ଷା ଯୋଗୁ ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ କୁର୍ତ୍ତମଗଡ଼ ଠାରୁ ସିର୍ଲା ଓ କୋଟଗଡ଼ ବ୍ଲକ ଅନ୍ତର୍ଗତ ପାରିଗଡ଼ ପଞ୍ଚାୟତକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବତେଡ଼ିମୁଣ୍ଡା ନିକଟସ୍ଥ ପୋଲ ଧୋଇଯାଇଛି। ଫଳରେ ଦୁଇ ପଞ୍ଚାୟତର ବୁଢ଼ାଖାମ୍ବା, ପାରିଗଡ଼, ଗୁଗୁଡ଼ା, ମଣ୍ଡାସିଙ୍ଗି, ସରସିଙ୍ଗିଆ, ବାଲିଗାଡ଼ା ଆଦି ଅନେକ ଗ୍ରାମବାସୀ ଜଳବନ୍ଦୀ ହୋଇ ରହିବା ସହ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡିଛନ୍ତି। ଲୋକେ ନାହିଁ ନ ଥିବା ହଇରାଣ ହେଉଛନ୍ତି।
ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବାଲିଗୁଡା ବ୍ଲକରେ ସର୍ବାଧିକ ୩୦୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଜି.ଉଦୟଗିରି ବ୍ଲକରେ ୧୧.୨ମିମି, ଫୁଲବାଣୀରେ ୨୨.୨ମିମି, ଖଜୁରିପଡାରେ ୪.୨ମିମି, ରାଇକିଆରେ ୨୨.୪,ମିମି, କ.ନୂଆଗାଁରେ ୯୦.୨ମିମି, ଫିରିଙ୍ଗିଆରେ ୮୯.୨ମିମି, ଚକାପାଦରେ ୩ ମିମି, କୋଟଗଡ ୮୭ମିମି, ଦାରିଙ୍ଗିବାଡି ୬୩ମିମି ଓ ଟିକାବାଲିରେ ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତେବେ ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri