ବଜ୍ରକାପ୍ତା ବିକ୍ରି ବେଳେ ଉଦ୍ଧାର: ୮ ଗିରଫ

ମାଲକାନଗିରି,୧୭।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା କାଲିମେଳା ବନାଞ୍ଚଳ ଅଧୀନ ପୋଟେରୁ ଅଞ୍ଚଳରୁ ବନବିଭାଗ ଶନିବାର ଏକ ବଜ୍ରକାପ୍ତା ଉଦ୍ଧାର କରିଛି। ଉକ୍ତ ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ପୋଲିସ୍‌ ଗିରଫ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରିରୁ କାଲିମେଳାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା କାଙ୍ଗୁରକୋଣ୍ଡା ନାଳ ନିକଟରେ ବଜ୍ରକାପ୍ତା ବିକ୍ରି ଉଦ୍ୟମ ବେଳେ ବନ ବିଭାଗକୁ ଖବର ମିଳିଥିଲା। ଏନେଇ ବନ ବିଭାଗର ଏକ ଟିମ୍‌ ଚଢାଉ କରିଥିଲା। ଘଟଣାସ୍ଥଳରୁ ଅଧିକାରୀମାନେ ରାକେଟର ୮ଜଣ ସଦସ୍ୟଙ୍କୁ ଗିରଫ କରିବା ସହ ତାଙ୍କଠାରୁ ଏକ ଜୀବନ୍ତ ବଜ୍ରକାପ୍ତାକୁ ଉଦ୍ଧାର କରିଥିଲେ।
ଜବତ ବଜ୍ରକାପ୍ତାର ଆନ୍ତର୍ଜାତିକ ବଜାର ମୂଲ୍ୟ ପ୍ରାୟ ୧ କୋଟି ୨୦ ଲକ୍ଷ ଟଙ୍କା ହେବ ବୋଲି ବନ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ପଶ୍ଚିମବଙ୍ଗ ଅଞ୍ଚଳର ଜଣେ ବ୍ୟକ୍ତି ସାମିଲ ଥିବା ବେଳେ ଜଣେ ଆନ୍ଧ୍ରପ୍ରଦେଶର ଏବଂ ଅନ୍ୟମାନେ ମାଲକାନଗିରି ଜିଲାର ବୋଲି ସୂଚନା ମିଳିଛି। ଚଢାଉରେ କାଲିମେଳା ବନପାଳ ଶିବାନନ୍ଦ ଲେଙ୍କା, ବନ କର୍ମଚାରୀ ସିଦ୍ଧାନ୍ତ ରାଉତ, ବିପୁଲ ସାନା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?