ନଣନ୍ଦେଇଙ୍କ ସହ ଘରୁ ଲୁଚି ପଳାଇ ଯାଇଥିଲେ ଶଳା ଭାଉଜ, କାହିଁକି ଡେଇଁଲେ କାଠଯୋଡ଼ିକୁ

କଟକ,୧୦।୮: ନଣନ୍ଦେଇଙ୍କ ସହ କାଠଯୋଡ଼ିକୁ ଶଳା ଭାଉଜ ଡେଇଁବା ଘଟଣା ଏବେ ଚଚ୍ଚାର ବିଷୟ ପାଲଟିଛି। ଶନିବାର ସକାଳୁ ଉଭୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ନଦୀକୁ ଡେଇଁବା ପରେ ଉଭୟ ପୁରୀ ଘାଟ ଥାନା ନିକଟ କୂଳରେ ଲାଗିଥିଲେ। ଦୁଇ ଜଣଙ୍କୁ ପୁରୀ ଘାଟ ଥାନାକୁ ନିଆଯିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଶୁକ୍ରବାର ସାରେ କଟକ ତ୍ରିଶୁଳିଆ ବ୍ରିଜ ଉପରୁ କାଠଯୋଡ଼ିକୁ ଡେଇଁଥିଲେ କୃଷ୍ଣ ମୁଦୁଲି ଓ ବର୍ଷା ଲେଙ୍କା। ଅଗ୍ନିଶମ ବାହିନୀ ଖୋଜାଖୋଜି ଜାରି ରଖିଥିଲେ। ଅଭିଯୋଗ ଅନୁସାରେ କିଛିଦିନ ହେଲା ବାଙ୍କୀ ରାମଚଣ୍ଡୀ ଗାଁର ପ୍ରଦ୍ୟୁମ୍ନଙ୍କ ସ୍ତ୍ରୀ ବର୍ଷା କଟକ ନିମସାହି ଅଞ୍ଚଳରେ କୃଷ୍ଣଙ୍କୁ ପ୍ରେମ କରୁଥିଲେ । ତେବେ କୃଷ୍ଣ ସମ୍ପର୍କରେ ହେଉଛନ୍ତି ବର୍ଷାଙ୍କ ନଣଦେଇ । ଉଭୟ ଦୁଇ ମାସ ତଳେ ଘରୁ ଚାଲି ଯାଇଥିଲେ । କାଲି ଉଭୟ କାଠଯୋଡ଼ିକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତେବେ କାରଣରୁ ଉଭୟ ଏଭଳି ନିଷ୍ପତ୍ତି ନେଇଥିଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନି ।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri