ପିପୁଲ୍ସ କଲେଜରେ ପହଞ୍ଚିଲେ ବିଶ୍ବବିଦ୍ୟାଳୟର ଦୁଇ ଜଣିଆ ଅନୁଧ୍ୟାନକାରୀ ଦଳ

ବୁଗୁଡ଼ା,୧୮।୧୧(ଡି.ଏନ୍‌.ଏ): ସ୍ଥାନୀୟ ପିପୁଲ୍ସ କଲେଜର ବର୍ଦ୍ଧିତ ସିଟ୍‌ ପାଇଁ ସ୍ଥାୟୀ ସ୍ବୀକୃତି ପ୍ରଦାନ ପରିପ୍ରେକ୍ଷୀରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ଦୁଇ ଜଣିଆ ଏକ ଅନୁଧ୍ୟାନକାରୀ ଦଳ ଗୁରୁବାର ସେଠାରେ ପହଞ୍ଚି ଅନୁଧ୍ୟାନ କରିଥିବା ଜଣାଯାଇଛି । ଉକ୍ତ ଦଳରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡକ୍ଟର ବିଭୂତି ଭୂଷଣ ପରିଡା ଏବଂ ପ୍ରାଣୀ ବିଜ୍ଞାନ ବିଭାଗର ପ୍ରଫେସର ଡକ୍ଟର ତପନ କୁମାର ବାରିକ ରହିଥିଲେ । କଲେଜର +୩ ବିଜ୍ଞାନର ସିଟ୍‌ ସଂଖ୍ୟା ୧୨୮ ଥିବା ବେଳେ ସେଥିରେ ବୃଦ୍ଧି କରାଯାଇ ୧୯୨ ସିଟ୍‌ ପାଇଁ ପୂର୍ବରୁ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିଲା । ପ୍ରସ୍ତାବିତ ବିଭିନ୍ନ ବିଭାଗର ସିଟ୍‌ ପ୍ରକାରେ ଉଭୟ ଗଣିତ ଓ ପ୍ରାଣୀ ବିଜ୍ଞାନ ପ୍ରତ୍ୟେକ ବିଭାଗର ସିଟ୍‌ ସଂଖ୍ୟା ୧୬ରୁ୨୪କୁ ଏବଂ ରସାୟନ ବିଜ୍ଞାନ , ଉଦ୍ଭିଦ ବିଜ୍ଞାନ ଓ ପଦାର୍ଥ ବିଜ୍ଞାନ ଆଦି ପ୍ରତ୍ୟେକଟି ବିଭାଗର ସିଟ ସଂଖ୍ୟା ୩୨ରୁ୪୮କୁ ବୃଦ୍ଧି କରିବା ପାଇଁ ନିବେଦନ କରାଯାଇଥିଲା । ଏ ପରିପ୍ରେକ୍ଷୀରେ ଆଜି ବିଶ୍ବବିଦ୍ୟାଳୟ ତରଫରୁ ଦୁଇ ଜଣିଆ ଟିମ ପହଞ୍ଚି ଅଧ୍ୟକ୍ଷ ରଜନୀ କାନ୍ତ ଦାଶଙ୍କ ସମେତ ବିଜ୍ଞାନ ବିଭାଗର ଅନ୍ୟାନ୍ୟ ଅଧ୍ୟାପକଙ୍କ ସହ ଆଲୋଚନା କରି ଫେରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?