Posted inଜାତୀୟ

ଧର୍ମାନ୍ତରୀକରଣ ପରେ ସଂରକ୍ଷଣ : ପଛୁଆ ବର୍ଗ ସଂରକ୍ଷଣ ଦାବି ଖାରଜ କଲେ ହାଇକୋର୍ଟ…

ମଦୁରାଈ,୩।୧୨ : ଧର୍ମାନ୍ତରୀକରଣ ପରେ ମୂଳ ଧର୍ମରେ ଥିବା ସମୟରେ ମିଳୁଥିବା ସଂରକ୍ଷଣ ଆଉ ମିଳିବ ନାହିଁ ବୋଲି ମାଡ୍ରାସ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ପ୍ରଦାନ କରିଛନ୍ତି।

ମଦୁରାଈ ବେଞ୍ଚର ବିଚାରପତି ଜିଆର୍‌ ସ୍ବାମୀନାଥନ ତାମିଲନାଡୁ ପବ୍ଲିକ ସର୍ଭିସ କମିଶନରେ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ଦାବି କରୁଥିବା ଜଣେ ବ୍ୟକ୍ତିଙ୍କ ଆବେଦନର ବିଚାର କରି ଏହାକୁ ଖାରଜ କରି ଦେଇଛନ୍ତି। ବିଚାରପତି କହିଛନ୍ତି ଯେ ସମ୍ପୃକ୍ତ ବ୍ୟକ୍ତି ହିନ୍ଦୁଧର୍ମରେ ଥିବାବେଳେ ପଛୁଆବର୍ଗ ସଂରକ୍ଷଣ ସୁବିଧା ହାସଲ କରିଥିଲେ। ତେବେ ପରବର୍ତ୍ତୀ ସମୟରେ ସେ ୨୦୦୮ରେ ଇସଲାମ ଧର୍ମରେ ଦୀକ୍ଷିତ ହୋଇଥିଲେ।

ତେବେ ସେ ୨୦୧୫ରେ ମୁସଲମାନ ଧର୍ମର ପଛୁଆବର୍ଗ ପ୍ରମାଣପତ୍ର ସ୍ଥାନୀୟ ତହସିଲଦାରଙ୍କଠାରୁ ହାସଲ କରିଥିଲେ। ସେ ତାମିଲନାଡୁ ପବ୍ଲିକ ସର୍ଭିସ କମିଶନ ପ୍ରିଲିମ୍‌ରେ ସଫଳତା ପରେ ୨୦୧୯ରେ ମେନ୍ସ ପରୀକ୍ଷା ଦେଇଥିଲେ। ତେବେ ସଫଳ ତାଲିକାରେ ତାଙ୍କ ନାମ ନ ଥିଲା। ଏନେଇ ସେ ଆଇଟିଆଇ ଅନ୍ତର୍ଗତ ଆବେଦନ କରିଥିଲେ। ଜଣା ପଡିଥିଲା ତାମିଲନାଡୁ ପବ୍ଲିକ ସର୍ଭିସ କମିଶନ ତାଙ୍କୁ ପଛୁଆ ବର୍ଗ ପରିବର୍ତ୍ତେ ସାଧାରଣ ବର୍ଗରେ ଗ୍ରହଣ କରିଥିଲେ। ଏନେଇ ସେ ସମ୍ବିଧାନର ଅନୁଚ୍ଛେଦ ୨୫ ଅନ୍ତର୍ଗତ ତାଙ୍କ ମୋଳିକ ଅଧିକାରକୁ ଉଲ୍ଲଂଘନ କରାଯାଇଥିବା ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ମଦୁରାଈ ବେଞ୍ଚ କହିଥିଲେ, ସମ୍ପ୍ରତି ଏଭଳି ମାମଲା ସୁପ୍ରିମ୍‌କୋର୍ଟରେ ବିଚାରାଧୀନ ରହିଛି। ଏପରିସ୍ଥଳେ ହାଇକୋର୍ଟ ଏଥିରେ ହସ୍ତକ୍ଷେପ କରିପାରିବେ ନାହିଁ ବୋଲି ମଦୁରାଈ ବେଞ୍ଚ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri