Posted inଜାତୀୟ

ଧର୍ମ ଆଧାରରେ ସଂରକ୍ଷଣ ଦିଆଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୧୨: ଧର୍ମ ଆଧାରରେ ସଂରକ୍ଷଣ ସୁବିଧା ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର ଟିପ୍ପଣୀ ଦେଇଛନ୍ତି। ପଶ୍ଚିମବଙ୍ଗରେ ବିଭିନ୍ନ ଜାତିଙ୍କୁ ୨୦୧୦ରୁ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ମାନ୍ୟତା ଦିଆଯାଇଥିବାବେଳେ କୋଲ୍‌କାତା ହାଇକୋର୍ଟ ଗତ ମେ’ ୨୨ରେ ଏହାକୁ ଖାରଜ କରିଦେଇଥିଲେ। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ପଶ୍ଚିମବଙ୍ଗ ସରକାରଙ୍କ ସମେତ ଅନ୍ୟମାନଙ୍କ ଦ୍ୱାରା ଦାଏର କେତେକ ପିଟିଶନ୍‌ର ଶୁଣାଣି ବେଳେ ଜଷ୍ଟିସ୍‌ ବି.ଆର୍‌. ଗଭାଇ ଏବଂ କେ.ଭି. ବିଶ୍ୱନାଥନ୍‌ଙ୍କ ଖଣ୍ଡପୀଠ ଉପରୋକ୍ତ ମତ ଦେଇଛନ୍ତି। ଧର୍ମ ଆଧାରରେ ନୁହେଁ, ସାମାଜିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ଆଧାରରେ ସଂରକ୍ଷଣ ଦିଆଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କପିଲ ସିବଲ କହିଥିଲେ।

ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ବେଆଇନ ଦର୍ଶାଇ ହାଇକୋର୍ଟ ପଶ୍ଚିମବଙ୍ଗର କେତେକ ଜାତିଙ୍କୁ ଦିଆଯାଇଥିବା ଓବିସି ମାନ୍ୟତାକୁ ଖାରଜ କରିଦେଇଥିଲେ। ଏହି ଜାତିଗୁଡ଼ିକୁ ଓବିସି ଘୋଷଣା କରିବାରେ ବାସ୍ତବରେ ଧର୍ମକୁ ପ୍ରମୁଖ ମାନଦଣ୍ଡ କରାଯାଇଥିବା ଜଣାପଡ଼ୁଛି ବୋଲି ହାଇକୋର୍ଟ କହିଥିଲେ। ମୁସଲମାନଙ୍କର ୭୭ଟି ଜାତିକୁ ଓବିସି ଭାବେ ଚୟନ କରିବା ଏହି ସମ୍ପ୍ରଦାୟ ପ୍ରତି ସାମୂହିକ ଭାବେ ଅପମାନ ବୋଲି ହାଇକୋର୍ଟ କହିଥିଲେ। ସେହିପରି ଅନୁସୂଚିତ ଜାତି ଓ ଜନଜାତିଙ୍କୁ ବାଦ୍‌ ଦେଇ ଓବିସି ମାନ୍ୟତା ଦିଆଯାଇଥିବା ଅନ୍ୟ ୩୭ ଜାତିଙ୍କ ସଂରକ୍ଷଣକୁ ମଧ୍ୟ ହାଇକୋର୍ଟ ବାତିଲ କରିଦେଇଥିଲେ।

ଅନ୍ୟପକ୍ଷରେ ଆଇନର ବ୍ୟବସ୍ଥାକୁ ଖାରଜ କରାଯିବା ଦ୍ୱାରା ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାକୁ ଏବଂ ସରକାର ଚାକିରି ଆଶାରୀ ଅନେକ ହଜାର ଛାତ୍ରୀଛାତ୍ରଙ୍କ ଅଧିକାର ପ୍ରଭାବିତ ହୋଇଥିବା ସିବଲ ଜଣାଇଥିଲେ। ହାଇକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ ଜାରି ସହ କେତେକ ଅନ୍ତରୀଣ ନିର୍ଦ୍ଦେଶ ଦେବା ପାଇଁ ସିବଲ ଖଣ୍ଡପୀଠଙ୍କୁ ନିବେଦନ କରିଥିଲେ। ଜାନୁଆରୀ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri