Posted inଜାତୀୟ

ଧର୍ମ ଆଧାରରେ ସଂରକ୍ଷଣ ଦିଆଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୧୨: ଧର୍ମ ଆଧାରରେ ସଂରକ୍ଷଣ ସୁବିଧା ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର ଟିପ୍ପଣୀ ଦେଇଛନ୍ତି। ପଶ୍ଚିମବଙ୍ଗରେ ବିଭିନ୍ନ ଜାତିଙ୍କୁ ୨୦୧୦ରୁ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ମାନ୍ୟତା ଦିଆଯାଇଥିବାବେଳେ କୋଲ୍‌କାତା ହାଇକୋର୍ଟ ଗତ ମେ’ ୨୨ରେ ଏହାକୁ ଖାରଜ କରିଦେଇଥିଲେ। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ପଶ୍ଚିମବଙ୍ଗ ସରକାରଙ୍କ ସମେତ ଅନ୍ୟମାନଙ୍କ ଦ୍ୱାରା ଦାଏର କେତେକ ପିଟିଶନ୍‌ର ଶୁଣାଣି ବେଳେ ଜଷ୍ଟିସ୍‌ ବି.ଆର୍‌. ଗଭାଇ ଏବଂ କେ.ଭି. ବିଶ୍ୱନାଥନ୍‌ଙ୍କ ଖଣ୍ଡପୀଠ ଉପରୋକ୍ତ ମତ ଦେଇଛନ୍ତି। ଧର୍ମ ଆଧାରରେ ନୁହେଁ, ସାମାଜିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ଆଧାରରେ ସଂରକ୍ଷଣ ଦିଆଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କପିଲ ସିବଲ କହିଥିଲେ।

ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ବେଆଇନ ଦର୍ଶାଇ ହାଇକୋର୍ଟ ପଶ୍ଚିମବଙ୍ଗର କେତେକ ଜାତିଙ୍କୁ ଦିଆଯାଇଥିବା ଓବିସି ମାନ୍ୟତାକୁ ଖାରଜ କରିଦେଇଥିଲେ। ଏହି ଜାତିଗୁଡ଼ିକୁ ଓବିସି ଘୋଷଣା କରିବାରେ ବାସ୍ତବରେ ଧର୍ମକୁ ପ୍ରମୁଖ ମାନଦଣ୍ଡ କରାଯାଇଥିବା ଜଣାପଡ଼ୁଛି ବୋଲି ହାଇକୋର୍ଟ କହିଥିଲେ। ମୁସଲମାନଙ୍କର ୭୭ଟି ଜାତିକୁ ଓବିସି ଭାବେ ଚୟନ କରିବା ଏହି ସମ୍ପ୍ରଦାୟ ପ୍ରତି ସାମୂହିକ ଭାବେ ଅପମାନ ବୋଲି ହାଇକୋର୍ଟ କହିଥିଲେ। ସେହିପରି ଅନୁସୂଚିତ ଜାତି ଓ ଜନଜାତିଙ୍କୁ ବାଦ୍‌ ଦେଇ ଓବିସି ମାନ୍ୟତା ଦିଆଯାଇଥିବା ଅନ୍ୟ ୩୭ ଜାତିଙ୍କ ସଂରକ୍ଷଣକୁ ମଧ୍ୟ ହାଇକୋର୍ଟ ବାତିଲ କରିଦେଇଥିଲେ।

ଅନ୍ୟପକ୍ଷରେ ଆଇନର ବ୍ୟବସ୍ଥାକୁ ଖାରଜ କରାଯିବା ଦ୍ୱାରା ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାକୁ ଏବଂ ସରକାର ଚାକିରି ଆଶାରୀ ଅନେକ ହଜାର ଛାତ୍ରୀଛାତ୍ରଙ୍କ ଅଧିକାର ପ୍ରଭାବିତ ହୋଇଥିବା ସିବଲ ଜଣାଇଥିଲେ। ହାଇକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ ଜାରି ସହ କେତେକ ଅନ୍ତରୀଣ ନିର୍ଦ୍ଦେଶ ଦେବା ପାଇଁ ସିବଲ ଖଣ୍ଡପୀଠଙ୍କୁ ନିବେଦନ କରିଥିଲେ। ଜାନୁଆରୀ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri