ଆଜି ପ୍ରକାଶ ପାଇବ ମହାନଗର ନିଗମର ସାନି ଚିଠା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୭।୧ (ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ମହାନଗର ନିଗମର ସାନି ଚିଠା ଆସନ ସଂରକ୍ଷଣ ଓ ସୀମା ପୁନଃନିର୍ଦ୍ଧାରଣ ତାଲିକା ପ୍ରକାଶ କରିବ ଗୃହ ଓ ନଗର ଉନ୍ନୟନ ବିଭାଗ। ଆସନ୍ତା ୧୬ ତାରିଖ ସୁଦ୍ଧା ଅଭିଯୋଗ ଓ ପ୍ରସ୍ତାବ ଦାଖଲ କରାଯିବ। ଏହାପରେ ଚୂଡାନ୍ତ ଚିଠା ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ତାଲିକା ବିଭାଗ ପକ୍ଷରୁ ପ୍ରକାଶ କରାଯିବ।
ବୁଧବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି), କଟକ ମହାନଗର ନିଗମ (ସିଏମ୍‌ସି) ଓ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ସଂଶୋଧିତ ଚିଠା ଆସନ ସଂରକ୍ଷଣ ଓ ସୀମା ପୁନଃନିର୍ଦ୍ଧାରଣ ତାଲିକା ବିଭାଗକୁ ପ୍ରଦାନ କରାଯାଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଏହି ତାଲିକାରେ ଓବିସି ବର୍ଗଙ୍କୁ ବାଦ୍‌ ଦିଆଯାଇଛି। ସେମାନଙ୍କ ସ୍ଥାନରେ ଏହି ଆସନଗୁଡିକୁ ଅଣସଂରକ୍ଷିତ ରଖାଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱର ମହାନଗର ନିଗମରେ ପୂର୍ବରୁ ୬୭ ଓ୍ବାର୍ଡ ମଧ୍ୟରୁ ୪୭ ଓ୍ବାର୍ଡ ସଂରକ୍ଷିତ ରଖାଯାଇଥିଲା ଓ ୨୦ଟି ଓ୍ବାର୍ଡ ଅଣସଂରକ୍ଷିତ ଥିଲା। ସେହିପରି ସଂରକ୍ଷିତ ୪୭ ଓ୍ବାର୍ଡ ମଧ୍ୟରୁ ୧୮ଟି ପଛୁଆବର୍ଗ (ମହିଳା ଓ ପୁରୁଷ)ଙ୍କ ପାଇଁ ସଂରକ୍ଷିତ ରହିଥିଲା। ଏବେ ତାହା ଉଚ୍ଛେଦ କରାଯାଇଥିବାରୁ ମୋଟ ୩୮ଟି ଆସନ ଅଣସଂରକ୍ଷିତ ଥିବାବେଳେ ୨୯ଟି ଆସନ ସଂରକ୍ଷିତ ରହିଥିବା ସୂଚନା ମିଳିଛି। ତେବେ ତାଲିକାରେ କ’ଣ ପରିବର୍ତ୍ତନ ହୋଇଛି ଓ କେତୋଟି ଆସନ କାହା ପାଇଁ ସଂରକ୍ଷିତ ରହିଛି ତାହା ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ତାଲିକା ପ୍ରକାଶ ପାଇବା ପରେ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri