Posted inଜାତୀୟ

୪ ମାସ ମଧ୍ୟରେ ନିଯୁକ୍ତି କ୍ଷେତ୍ର-ଶିକ୍ଷାନୁଷ୍ଠାନରେ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ସଂରକ୍ଷଣ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୫।୨ : ଆସନ୍ତା ୪ ମାସ ମଧ୍ୟରେ ରାଜ୍ୟରେ ନିଯୁକ୍ତି କ୍ଷେତ୍ରରେ ତଥା ସମସ୍ତ ଶିକ୍ଷାନୁଷ୍ଠାନରେ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ସ୍ଥାନ ସଂରକ୍ଷଣ କରିବାକୁ ରାଜସ୍ଥାନ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସେମାନଙ୍କୁ ସମାଜର ପଛୁଆ ବର୍ଗରେ ସାମିଲ୍‌ କରିବା ସହିତ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦେବାକୁ କୋର୍ଟ କହିଛନ୍ତି।

ବିଚାରପତି ମନିନ୍ଦ୍ର ମୋହନ ଶ୍ରୀବାସ୍ତବ ଏବଂ ମଦନ ଗୋପାଳ ବ୍ୟାସଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏସମ୍ପର୍କିତ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥି ପାଇଁ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ ୪ ମାସର ସମୟ ଦେଇଛନ୍ତି। ଗଙ୍ଗା କୁମାରୀଙ୍କ ପକ୍ଷରୁ ଦାଖଲ ହୋଇଥିବା ଏକ ପିଟିଶନର ବିଚାର କରି କୋର୍ଟ ଏଭଳି କହିଛନ୍ତି। ଆବେଦନରେ ଜାତୀୟ ଆଇନ ସେବା ପ୍ରାଧିକରଣ ବନାମ ଭାରତ ସଂଘ ଏବଂ ଅନ୍ୟ ମାମଲା ଅନ୍ତର୍ଗତ ସୁପ୍ରିମ୍‌କୋର୍ଟଙ୍କ ଜନାଦେଶ ସନ୍ଦର୍ଭରେ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ସଂରକ୍ଷଣ ଦାବି ସମ୍ପର୍କରେ ଉଲ୍ଲେଖ କରାଯାଇଥିଲା।

ରାଜ୍ୟ ପକ୍ଷରୁ ଏହି ପିଟିଶନ୍‌ର ବିରୋଧ କରାଯାଇ କୁହାଯାଇଥିଲା ଯେ, ଏହା ରାଜ୍ୟର ବିଶେଷ ଅଧିକାରର ମାମଲା। କିପରି ଏବଂ କେଉଁ ସୀମା ପର୍ଯ୍ୟନ୍ତ ସ୍ଥାନ ସଂରକ୍ଷଣ ସୁବିଧା ଯୋଗାଇ ଦିଆଯିବ ତାହା ରାଜ୍ୟ ସ୍ଥିର କରିବେ। ଏପରିସ୍ଥଳେ ଆବେଦନକାରୀ ବିଶେଷ ଭାବେ ସଂରକ୍ଷଣ ଦାବି କରିପାରିବେ ନାହିଁ।

ଖଣ୍ଡପୀଠ ଏଥିରେ ଅସହମତି ପ୍ରକାଶ କରିବା ସହିତ ଶୀର୍ଷକୋର୍ଟ ଏଭଳି ନିର୍ଦ୍ଦେଶ ଜାରି କରିଥିବାରୁ ରାଜ୍ୟ ସରକାରଙ୍କ ନିକଟରେ ଏହାକୁ ଲାଗୁ କରାଯିବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ ବୋଲି କହିଛନ୍ତି। କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ଏନେଇ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ। ତେବେ ରାଜ୍ୟ ସରକାର ସଂରକ୍ଷଣ ସୀମା ପ୍ରାସଙ୍ଗିକ ଆଧାର ଅନୁସାରେ ଲାଗୁ କରିବା ଉଚିତ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri