ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ, ତା’ଉପରେ ରାଜ୍ୟ କ୍ୟାବିନେଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅଧ୍ୟାପକ ନିଯୁକ୍ତିରେ ସଂରକ୍ଷଣ ନୀତି ପ୍ରଣୟନ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି।
ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଶିକ୍ଷକମାନଙ୍କ ପ୍ରତ୍ୟକ୍ଷ ନିଯୁକ୍ତି ସମୟରେ ଏକପ୍ରକାରର ସଂରକ୍ଷଣ ପଦ୍ଧତିକୁ ଅନୁସରଣ କରିବା ନିମନ୍ତେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ(ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧ୍ୟାଦେଶ-୨୦୨୫ର ପ୍ରଣୟନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଛି। ଏଣିକି ପ୍ରଫେସର, ଆସୋସିଏଟ୍‌ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିରେ ସଂରକ୍ଷଣ କାର୍ଯ୍ୟକାରୀ କରିବା ପାଇଁ ବିଶ୍ୱବିଦ୍ୟାଳୟଟିକୁ ଏକକ ଭାବରେ ବିଚାର କରିବାକୁ ଏହି ଅଧ୍ୟାଦେଶରେ ପ୍ରସ୍ତାବ ଦିଆଯାଇଛି। ଏହା ବର୍ତ୍ତମାନ ଚାଲୁଥିବା ବିଭାଗଭିଭିକ ସଂରକ୍ଷଣ ପ୍ରଣାଳୀକୁ ପରିବର୍ତ୍ତନ କରିବ। ପ୍ରତ୍ୟେକ କ୍ୟାଡର ନିମନ୍ତେ ପୋଷ୍ଟ-ଆଧାରିତ ରୋଷ୍ଟର ବ୍ୟବସ୍ଥା କରାଯିବ, ଯଦ୍ଦ୍ୱାରା ସଂରକ୍ଷଣ ନୀତି ସମସ୍ତ ବିଶ୍ୱବିଦ୍ୟାଳୟରେ ସମାନ ଭାବେ ପ୍ରୟୋଗ ହେବ ଏବଂ ନିଯୁକ୍ତି ପ୍ରକ୍ରିୟା ଅଧିକ ସ୍ୱଚ୍ଛ ଓ ସହଜ ହେବ। ଏହି ସଂଶୋଧନ ଫଳସ୍ୱରୂପ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗ ଏବଂ ଅନ୍ୟାନ୍ୟ ଯୋଗ୍ୟ ବର୍ଗମାନଙ୍କ ପ୍ରତିନିଧିତ୍ୱ ବୃଦ୍ଧି, ପ୍ରଶାସନିକ ପ୍ରଣାଳୀରେ ସରଳତା ଏବଂ ରାଷ୍ଟ୍ରୀୟ ସ୍ତରର ଅନୁସରିତ ନୀତି ସହିତ ସମନ୍ୱୟକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
ଆହୁଜା କହିଛନ୍ତି, ଆଗାମୀ ଦିନରେ ଆଇଟିଆଇକୁ ରାଜ୍ୟରେ ତ୍ୱରାନ୍ୱିତ କରିବା ଲାଗି ଉତ୍କର୍ଷ ଆଇଟିଆଇ ଯୋଜନା କାର୍ଯ୍ୟକାରୀ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ ଦେଇଛି। ଏହାଦ୍ୱାରା ଆଇଟିଆଇଗୁଡ଼ିକୁ ଜୋନାଲ୍‌ ଆଇଟିଆଇ ଭାବେ ଅପ୍‌ଗ୍ରେଡ୍‌ କରାଯିବ। ବର୍ତ୍ତମାନ ରାଜ୍ୟରେ ଥିବା ୫ଟି ଶିଳ୍ପ ପ୍ରଶିକ୍ଷଣ ସଂସ୍ଥା ଯଥା,ସରକାରୀ ଆଇଟିଆଇ-ପୁରୀ, ବଲାଙ୍ଗୀର, ଅମ୍ୱାଗୁଡ଼ା-କୋରାପୁଟ, ରାଜକନିକା-କେନ୍ଦ୍ରାପଡ଼ା ଓ ରାଉରକେଲା-ସୁନ୍ଦରଗଡ଼କୁ ‘ଉତ୍କର୍ଷ ଆଇଟିଆଇ’ କରାଯିବାକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri