ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ, ତା’ଉପରେ ରାଜ୍ୟ କ୍ୟାବିନେଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅଧ୍ୟାପକ ନିଯୁକ୍ତିରେ ସଂରକ୍ଷଣ ନୀତି ପ୍ରଣୟନ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି।
ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଶିକ୍ଷକମାନଙ୍କ ପ୍ରତ୍ୟକ୍ଷ ନିଯୁକ୍ତି ସମୟରେ ଏକପ୍ରକାରର ସଂରକ୍ଷଣ ପଦ୍ଧତିକୁ ଅନୁସରଣ କରିବା ନିମନ୍ତେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ(ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧ୍ୟାଦେଶ-୨୦୨୫ର ପ୍ରଣୟନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଛି। ଏଣିକି ପ୍ରଫେସର, ଆସୋସିଏଟ୍‌ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିରେ ସଂରକ୍ଷଣ କାର୍ଯ୍ୟକାରୀ କରିବା ପାଇଁ ବିଶ୍ୱବିଦ୍ୟାଳୟଟିକୁ ଏକକ ଭାବରେ ବିଚାର କରିବାକୁ ଏହି ଅଧ୍ୟାଦେଶରେ ପ୍ରସ୍ତାବ ଦିଆଯାଇଛି। ଏହା ବର୍ତ୍ତମାନ ଚାଲୁଥିବା ବିଭାଗଭିଭିକ ସଂରକ୍ଷଣ ପ୍ରଣାଳୀକୁ ପରିବର୍ତ୍ତନ କରିବ। ପ୍ରତ୍ୟେକ କ୍ୟାଡର ନିମନ୍ତେ ପୋଷ୍ଟ-ଆଧାରିତ ରୋଷ୍ଟର ବ୍ୟବସ୍ଥା କରାଯିବ, ଯଦ୍ଦ୍ୱାରା ସଂରକ୍ଷଣ ନୀତି ସମସ୍ତ ବିଶ୍ୱବିଦ୍ୟାଳୟରେ ସମାନ ଭାବେ ପ୍ରୟୋଗ ହେବ ଏବଂ ନିଯୁକ୍ତି ପ୍ରକ୍ରିୟା ଅଧିକ ସ୍ୱଚ୍ଛ ଓ ସହଜ ହେବ। ଏହି ସଂଶୋଧନ ଫଳସ୍ୱରୂପ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗ ଏବଂ ଅନ୍ୟାନ୍ୟ ଯୋଗ୍ୟ ବର୍ଗମାନଙ୍କ ପ୍ରତିନିଧିତ୍ୱ ବୃଦ୍ଧି, ପ୍ରଶାସନିକ ପ୍ରଣାଳୀରେ ସରଳତା ଏବଂ ରାଷ୍ଟ୍ରୀୟ ସ୍ତରର ଅନୁସରିତ ନୀତି ସହିତ ସମନ୍ୱୟକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
ଆହୁଜା କହିଛନ୍ତି, ଆଗାମୀ ଦିନରେ ଆଇଟିଆଇକୁ ରାଜ୍ୟରେ ତ୍ୱରାନ୍ୱିତ କରିବା ଲାଗି ଉତ୍କର୍ଷ ଆଇଟିଆଇ ଯୋଜନା କାର୍ଯ୍ୟକାରୀ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ ଦେଇଛି। ଏହାଦ୍ୱାରା ଆଇଟିଆଇଗୁଡ଼ିକୁ ଜୋନାଲ୍‌ ଆଇଟିଆଇ ଭାବେ ଅପ୍‌ଗ୍ରେଡ୍‌ କରାଯିବ। ବର୍ତ୍ତମାନ ରାଜ୍ୟରେ ଥିବା ୫ଟି ଶିଳ୍ପ ପ୍ରଶିକ୍ଷଣ ସଂସ୍ଥା ଯଥା,ସରକାରୀ ଆଇଟିଆଇ-ପୁରୀ, ବଲାଙ୍ଗୀର, ଅମ୍ୱାଗୁଡ଼ା-କୋରାପୁଟ, ରାଜକନିକା-କେନ୍ଦ୍ରାପଡ଼ା ଓ ରାଉରକେଲା-ସୁନ୍ଦରଗଡ଼କୁ ‘ଉତ୍କର୍ଷ ଆଇଟିଆଇ’ କରାଯିବାକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?