୪ ଜିଲା ପଛୁଆବର୍ଗ, ୧୪ ଜିଲା ଏସ୍‌ସି,ଏସ୍‌ଟିଙ୍କ ପାଇଁ ସଂରକ୍ଷିତ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଜିଲା ପରିଷଦ ଅଧ୍ୟକ୍ଷ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶନିିବାର ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତିରେ ପଛୁଆବର୍ଗଙ୍କ ପାଇଁ ୪ ଜିଲା ସଂରକ୍ଷିତ ରଖାଯାଇଛି। ସେଗୁଡ଼ିକ ହେଲା ଅନୁଗୋଳ, କେନ୍ଦୁଝର, ଖୋର୍ଦ୍ଧା ଓ ଗଜପତି। ସେହିପରି ଅନୁସୂଚିତ ଜାତି ଓ ଜନଜାତି ପାଇଁ ୧୨ଟି ଜିଲାକୁ ଅଣସଂରକ୍ଷିତ ରଖାଯାଇଛି। ସେଗୁଡ଼ିକ ହେଲା କଳାହାଣ୍ଡି, ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଗଞ୍ଜାମ, ଦେବଗଡ଼, ନୂଆପଡ଼ା ଓ ପୁରୀ। ସେହିପରି ଅବଶିଷ୍ଟ ୧୪ ଜିଲାକୁ ଅନୁସୂଚୀତ ଜାତି ଓ ଜନଜାତିଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ସମୁଦାୟ ଅଧ୍ୟକ୍ଷ ଆସନରୁ ମହିଳାଙ୍କ ଲାଗି ୫୦ ପ୍ରତିଶତ ଆସନ ସଂରକ୍ଷିତ ରଖାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅନୁଗୋଳ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ପଛୁଆବର୍ଗ ମହିଳାଙ୍କ ଲାଗି ସଂରକ୍ଷିତ ରଖାଯାଇଥିବା ବେଳେ କଟକ ଅନୁସୂଚିତ ଜାତି ମହିଳା, କଳାହାଣ୍ଡି ଅଣସଂରକ୍ଷିତ ମହିଳା, କୋରାପୁଟ ଅନୁସୂଚିତ ଜନଜାତି ମହିଳା, ଖୋର୍ଦ୍ଧା ପଛୁଆବର୍ଗ ମହିଳା, ଗଞ୍ଜାମ ଅଣସଂରକ୍ଷିତ ମହିଳା, ଢେଙ୍କାନାଳ ଅଣସଂରକ୍ଷିତ ମହିଳା, ନୟାଗଡ଼ ଅନୁସୂଚିତ ଜନଜାତି ମହିଳା, ନୂଆପଡ଼ା ଅଣସଂରକ୍ଷିତ ମହିଳା, ବରଗଡ଼ ଅଣସଂରକ୍ଷିତ ମହିଳା, ବୌଦ୍ଧ ଅଣସଂରକ୍ଷିତ ମହିଳା, ଭଦ୍ରକ ଅନୁସୂଚିତ ଜାତି ମହିଳା, ମାଲକାନଗିରି ଅନୁସୂଚିତ ଜାତି ମହିଳା, ରାୟଗଡ଼ା ଅନୁସୂଚିତ ଜାତି ମହିଳା ଏବଂ ସୋନପୁର ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି।
ପଞ୍ଚାୟତିରାଜ ବିଭାଗ ତରଫରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ, ଓଡ଼ିଶା ଜିଲା ପରିଷଦ ଅଧିନିୟମ-୧୯୯୧ର ଧାରା ୮ ଅନ୍ତର୍ଗତ ଉପଧାରା ୩ରେ ଥିବା କ୍ଷମତା ବଳରେ ଜିଲା ପରିଷଦଗୁଡ଼ିକରେ ଅଧ୍ୟକ୍ଷ ପଦବୀଗୁଡ଼ିକ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆବର୍ଗ ଓ ମହିଳାଙ୍କ ସଂରକ୍ଷଣ ପାଇଁ ରାଜ୍ୟ ସରକାର ଯେଉଁ ପ୍ରସ୍ତାବ କରିଛନ୍ତି, ତାହାର ଏକ ଚିଠା ଉକ୍ତ ଧାରାର ଉପଧାରା ୫ ଅନୁସାରେ କରାଯାଇଛି। ଏଥିସହିତ ଆସନ୍ତା ୨୫ ତାରିଖ ସୁଦ୍ଧା ସର୍ବସାଧାରଣ ଏ ନେଇ ଅଭିଯୋଗ କିମ୍ବା ପରାମର୍ଶ ଦେଇପାରିବେ। ଅଭିଯୋଗ ଓ ପରାମର୍ଶ ମିଳିବା ପରେ ଏହାକୁ ବିଚାରକୁ ନେଇ ଚିଠା ସଂରକ୍ଷଣ ପ୍ରସ୍ତାବ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri