ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ ଝାରସୁଗୁଡ଼ାର ଅତିରିକ୍ତ ଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ରାଜସ୍ବ ପର୍ଷଦର ଯୁଗ୍ମ ସଚିବ ଥିବା ଓଏଏସ୍‌ ଅଫିସର ବସନ୍ତ କୁମାର ସେଠୀଙ୍କୁ ବ୍ରହ୍ମପୁର ଆଞ୍ଚଳିକ ଶିଳ୍ପକେନ୍ଦ୍ରର ପରିଚାଳକ ଭାବେ ଅବସ୍ଥାପିତ କରିଛନ୍ତି। ନବରଙ୍ଗପୁରର ଅତିରିକ୍ତ ଉପଜିଲାପାଳ ଥିବା ଶରତ ମାଝୀଙ୍କୁ କୋରାପୁଟର ଅତିରିକ୍ତ ଉପଜିଲାପାଳ ଭାବେ ଅବସ୍ଥାପିତ କରାଯାଇଛି।

ଏହି ବଦଳି ଆଦେଶ ଅଧୀନରେ ଥିବା ସମ୍ପୃକ୍ତ ଅଧିକାରୀମାନଙ୍କ ନିୟନ୍ତ୍ରଣ କର୍ତ୍ତୃପକ୍ଷଙ୍କୁ ଉକ୍ତ ବିଜ୍ଞପ୍ତି ଜାରି ହେବାର ୨ ଦିନ ମଧ୍ୟରେ ସ୍ଥାନାନ୍ତରିତ ଅଧିକାରୀମାନଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ନ ହେଲେ ସମ୍ପୃକ୍ତ ଅଧିକାରୀଙ୍କୁ ଆସନ୍ତା ୧୯ ତାରିଖରୁ କେନ୍ଦ୍ରୀୟ ଭାବେ ମୁକ୍ତ କରାଗଲା ବୋଲି ବିବେଚନା କରାଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri