ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ, ୪ଜଣଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶନିବାର ସାଧାରଣ ପ୍ରଶାସନ ବିଭାଗ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତଦନୁଯାୟୀ ବ୍ରହ୍ମପୁର କନ୍‌ସୋଲିଡେଶନ ଆଣ୍ଡ ସେଟଲମେଣ୍ଟ ଅତିରିକ୍ତ କମିଶନର ସୂର୍ଯ୍ୟମାଧବ ପାଣିଗ୍ରାହୀଙ୍କୁ ଭୁବନେଶ୍ୱର କନ୍‌ସୋଲିଡେଶନ ଆଣ୍ଡ ସେଟଲମେଣ୍ଟ କମିଶନର ଭାବେ ବଦଳି କରାଯାଇଥିବା ବେଳେ ଓଡ଼ିଶା ରାଜ୍ୟ ପରିବହନ ନିଗମ(ଓଏସ୍‌ଆରଟିସି) ଜେନେରାଲ ମ୍ୟାନେଜର ବ୍ରଜଗୋପାଳ ଆଚାର୍ଯ୍ୟଙ୍କୁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ସ୍ବତନ୍ତ୍ର ସଚିବ, ଓଡ଼ିଶା ହାଉସିଂ ବୋର୍ଡ ଲ୍ୟାଣ୍ଡ ଅଫିସର ଆରାଧନା ଦାସଙ୍କୁ ଏସ୍‌ସି/ଏସ୍‌ଟି ବିଭାଗର ଅତିରିକ୍ତ ସଚିବ, ଭୁବନେଶ୍ୱର ଆଡିଶନାଲ ରିଭିଜନାଲ କୋର୍ଟ ଭୁବନେଶ୍ୱର ଅତିରିକ୍ତ କମିଶନର ସ୍ମିତା ବିଶ୍ୱାଳଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ସଚିବ ବିଶିକେଶନ ଦେହୁରୀଙ୍କୁ ଓଡ଼ିଶା ରାଜ୍ୟ ପରିବହନ ନିଗମ(ଓଏସ୍‌ଆରଟିସି) ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଛି।

ସେହିପରି ଖୋର୍ଦ୍ଧା ଅତିରିକ୍ତ ଉପଜିଲାପାଳ ଥିବା ରଶ୍ମିତା ରାଣୀ ତରସିଆଙ୍କୁ ଓଡ଼ିଶା ରାଜ୍ୟ ହାଉସିଂବୋର୍ଡ ସେକ୍ରେଟାରି ଭାବେ ବଦଳି କରାଯାଇଥିବା ବେଳେ ବଣାଇ ଆଇଟିଡିଏ ପି.ଏ. ଲଲାଟ କୁମାର ଲୁହାଙ୍କୁ ବରଗଡ଼ ଉପଜିଲାପାଳ, ନବରଙ୍ଗପୁର ଆଇଟିଡିଏ ପି.ଏ. ଅଭିମନ୍ୟୁ ମାଝିଙ୍କୁ ସୁନ୍ଦରଗଡ଼ ପାନପୋଷ ଉପଜିଲାପାଳ, ନୟାଗଡ଼ ଡିଆରଡିଏ ଆଡିଶନାଲ ପିଡି ଅକ୍ଷୟ କୁମାର ରାଉତଙ୍କୁ ଖୋର୍ଦ୍ଧା ଉପଜିଲାପାଳ, ସୋର ବିଡିଓ ସୁଶାନ୍ତ କୁମାର ବାରିକଙ୍କୁ ମୟୂରଭଞ୍ଜ ଡିଆରଡିଏ ଆଡିଶନାଲ ପିଡି ଏବଂ ରାୟଗଡ଼ା ଜିଲା ରାମନଗୁଡ଼ା ବିଡିଓ ବେଣୁଧର ଶବରଙ୍କୁ ନବରଙ୍ଗପୁର ଆଇଟିଡିଏ ପି.ଏ. ଭାବେ ବଦଳି କରାଯାଇଛି।

ସେହିପରି ୨ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀ ପୁଷ୍ପଲତା ସାହୁ ଏବଂ ପ୍ରକାଶ ଚନ୍ଦ୍ର ବେହେରାଙ୍କୁ ସୁପରିୟର ଆଡ୍‌ମିନିଷ୍ଟ୍ରେଟିଭ ଗ୍ରେଡ୍‌କୁ ପଦୋନ୍ନତି ଦିଆଯାଇଥିବା ବେଳେ ଭିନିସିଏଣ୍ଟ ପୋନମକାନ୍ତ ଏକ୍କା ଓ ପ୍ରଦୀପ କୁମାର ମିଶ୍ରଙ୍କୁ ସ୍ପେଶାଲ ସେକ୍ରେଟାରି ର଼୍ୟାଙ୍କ୍‌କୁ ପଦୋନ୍ନତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?