ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ, ଯାମିନୀ ଷଡ଼ଙ୍ଗୀଙ୍କୁ…

ଭୁବନେଶ୍ୱର, ୨୪ା୧୧ (ଅନିଲ ଦାସ): ରାଜ୍ୟ ସରକାର ଶନିବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୨ଜଣ ଆଇଏଏସ୍‌ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତଦନୁସାରେ ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସ୍‌ଆଇ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ପ୍ରମୁଖ ସଚିବର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସେହିପରି ୨୦୦୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସ୍‌ଟି କମିଶନର ଭାବେ ଅବସ୍ଥାପିତ କରାଯାଇଛି। ସେ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ୨୦୧୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ବଦଳି କରାଯାଇଛି। ବଳବନ୍ତ ସିଂ ଏବେ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି। ଏବେ ଶ୍ରମ କମିଶନର ଭାବେ କୁଲାଙ୍ଗେ ବିଜୟ ଅମୃତ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି।

୨୦୧୨ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପୋମା ଟୁଡ଼ୁଙ୍କୁ ଅନୁସୂଚିତ ଜନଜାତି ବିଭାଗ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଡ. ଟୁଡ଼ୁ ଏବେ ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ସହ ଫୁଡ୍‌ ସେଫଟି କମିଶନର ଓ ଟିଡିସିସିଓଏଲ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ଅଛନ୍ତି । ସେହିପରି ୨୦୧୨ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତ୍ରିଲୋଚନ ମାଝୀଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେ ଏବେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଅଛନ୍ତି। ରାଜ୍ୟ କ୍ରୀଡ଼ା ନିର୍ଦ୍ଦେଶକ ୨୦୧୨ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସିଦ୍ଧାର୍ଥ ଦାସଙ୍କୁ ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଭାବେ ବଦଳି କରାଯାଇଛି। ଓରେରା ସଚିବ ତଥା ୨୦୧୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବିଜୟ କୁମାର ପୃଷ୍ଟିଙ୍କୁ ଇଷ୍ଟେଟ୍‌ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ(ଏକ୍ସଅଫିସିଓ) ଭାବେ ମଧ୍ୟ କାର୍ଯ୍ୟ କରିବେ। ସେହିପରି ୨୦୧୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସତ୍ୟବ୍ରତ ରାଉତଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ରୂପେ ବଦଳି କରାଯାଇଛି। ଆନ୍ତଃ କ୍ୟାଡର ଡେପୁଟେଶନରେ ଓଡ଼ିଶା ଆସିଥିବା ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମୋନିକା ପ୍ରିୟଦର୍ଶିନୀଙ୍କୁ ଓଡ଼ିଶା ଜୀବିକା ମିଶନର ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ହକି ପ୍ରମୋଶନ କାଉନସିଲ ସିଇଓ ତଥା ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦୀପଙ୍କର ମହାପାତ୍ରଙ୍କୁ କ୍ରୀଡ଼ା ନିର୍ଦ୍ଦେଶକ କରାଯାଇଥିବାବେଳେ ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସ୍ମିତା ରାଉତଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଦାୟିତ୍ୱ ଦିଆଯାଇଛି। ସ୍ମିତା ବର୍ତ୍ତମାନ ଅର୍ଥ ବିଭାଗର ଅତିରିକ୍ତ ସଚିବ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?