୩ ନୂତନ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ରାଇରଙ୍ଗପୁର
(ମାନସ ମହାନ୍ତି),୨୨।୧୧:ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ରାଇରଙ୍ଗପୁର ଉପଖଣ୍ଡ ଅଧୀନ ଜନ୍ମ ଓ କର୍ମଭୂମିରେ ୩ ନୂତନ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ ସାଙ୍ଗକୁ ଦକ୍ଷତା ବିକାଶ ପ୍ରଶିକ୍ଷଣ କେନ୍ଦ୍ର, ବାଦାମପାହାଡ଼ ଅମୃତ ରେଳଷ୍ଟେଶନ ଓ ରାଇରଙ୍ଗପୁର ଡାକଘରର ଶୁଭ ଉଦ୍‌ଘାଟନ କରିଛନ୍ତି। ଶେଷରେ ସାଲିମାର-ବାଦାମପାହାଡ଼ ନୂତନ ଟ୍ରେନ୍‌ରେ ଯାତ୍ରାକରି ରାଇରଙ୍ଗପୁରକୁ ଫେରିଥିଲେ।
ମଙ୍ଗଳବାର ସକାଳ ୮ଟା ୧୫ରେ ରାଷ୍ଟ୍ରପତି ରାଇରଙ୍ଗପୁରସ୍ଥିତ ବାସଭବନରୁ ବାହାରି ଶାଶୁଘର ଗାଁ ପାହାଡ଼ପୁରକୁ ଯାଇଥିଲେ। ସେଠାରେ ଦିବଂଗତ ସ୍ବାମୀ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ପ୍ରୟାସ ଟ୍ରଷ୍ଟର ସହଯୋଗରେ ଏଲ୍‌ ଆଣ୍ଡ ଟି କମ୍ପାନୀ ଦ୍ୱାରା ନବନିର୍ମିତ ଦକ୍ଷତା ବିକାଶ ପ୍ରଶିକ୍ଷଣ କେନ୍ଦ୍ରର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଟ୍ରଷ୍ଟ ଦ୍ୱାରା ଏସ୍‌ଏଲ୍‌ଏସ୍‌ ସ୍ମାରକୀ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ନିମନ୍ତେ ‘ସହଯୋଗୀ ବାହାନ’ ଭ୍ୟାନ୍‌ର ଶୁଭ ଉଦ୍‌ଘାଟନ କରି ଟ୍ରଷ୍ଟ ସଭାପତି ମୀନା ସୁବ୍ରମନ୍ୟମଙ୍କ ଦ୍ୱାରା ବିଦ୍ୟାଳୟକୁ ହସ୍ତାନ୍ତର କରିଥିଲେ। ରାଜ୍ୟପାଳ ରଘୁବର ଦାସ, ଜିଲାପାଳ ବିନୀତ ଭରଦ୍ୱାଜଙ୍କ ସମେତ ରାଷ୍ଟ୍ରପତି ଭବନର ଅଧିକାରୀମାନେ ଉପସ୍ଥିତ ଥିଲେ। ସେଠାରୁ ବାହାରି ବାଦାମପାହାଡ଼ ରେଳଷ୍ଟେଶନରେ ପହଞ୍ଚତ୍ ୩ ନୂତନ ଟ୍ରେନ୍‌ର ଶୁଭାରମ୍ଭ କରିଥିଲେ। ଟାଟାନଗର-ବାଦାମପାହାଡ଼ ମେମୁ ଟ୍ରେନ୍‌, ବାଦାମପାହାଡ଼ -ରାଉରକେଲା ଏକ୍ସପ୍ରେସ, ସାଲିମାର-ବାଦାମପାହାଡ଼ ସାପ୍ତାହିକ ଟ୍ରେନ୍‌ ଓ ଅମୃତ ରେଳଷ୍ଟେଶନର ଉଦ୍‌ଘାଟନ କରିଥିଲେ। ପରେ ରାଇରଙ୍ଗପୁରରେ ଏକ ନୂତନ ଡାକଘର ଉଦ୍‌ଘାଟନ ସହ ଡାକ ବିଭାଗର ସ୍ବତନ୍ତ୍ର ସ୍ମାରକୀ ଲଫାପା ଉନ୍ମୋଚନ କରିଥିଲେ। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦେଇ ଖୁବ୍‌ ଶୀଘ୍ର ଆଉ ୪ ନୂଆ ରେଳ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ, ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?