ପ୍ରସ୍ତାବିତ ଶିଳ୍ପକୁ ନେଇ ଅଞ୍ଚଳବାସୀଙ୍କ ମେଳି

ମହାକାଳପଡ଼ା,୨୮ା୩ (ଡି.ଏନ.ଏ.):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପକୁ ନେଇ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରସ୍ତାବିତ ଶିଳ୍ପ ପ୍ରତିଷ୍ଠା ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ସ୍ଥାନୀୟ ଅଞ୍ଚଳର ବେକାର ଯୁବତୀଯୁବକମାନଙ୍କୁ ନିଯୁକ୍ତି ମିଳିବ ବୋଲି କୁହାଯାଇଛି। ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ହେବା ସହ ବିକାଶର ସୂର୍ଯ୍ୟ ଉଦୟ ହେବ। ପ୍ରସ୍ତାବିତ ଶିଳ୍ପକୁ ନେଇ ସୋମବାର ସ୍ଥାନୀୟ କାଳିବାଡ଼ିଠାରେ ପ୍ରାକ୍ତନ ସରପଞ୍ଚ ନାରାୟଣ ଚନ୍ଦ୍ର ହାଲ୍‌ଦାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକ ରାମନଗର ଓ ଖରିନାସୀ ପଞ୍ଚାୟତର ଶତାଧିକ ଲୋକ ମେଳି ହୋଇ ନିଜ ଜମି, ଭିଟାମାଟି ସମସ୍ୟାର ସମାଧାନ ପାଇଁ ବାଟ ଖୋଜିଥିଲେ।
ମିଳିଥିବା ସୂଚନା ଅନୁସାରେ, ଏହି ଅଞ୍ଚଳରେ ୧୯୭୬ ମସିହାରେ ରାଜସ୍ବ ବିଭାଗ ପକ୍ଷରୁ ବହୁ ଲୋକଙ୍କୁ ଜମି ପଟ୍ଟା ବଣ୍ଟନ କରାଯାଇଥିଲା। ପରବର୍ତ୍ତୀ ସମୟରେ ପ୍ରଶାସନ ଏହି ଜମି ପଟ୍ଟାକୁ ଜଙ୍ଗଲ କିସମ ଦର୍ଶାଇ ପାଉତି କାଟିବା ବନ୍ଦ କରିଥିଲା। ପରେ ଏ ନେଇ ଖରିନାସୀ ଅଞ୍ଚଳର କେତେଜଣ ବୁଦ୍ଧିଜୀବୀ ହାଇକୋର୍ଟରେ ଜମିଜମା ସମସ୍ୟାକୁ ନେଇ ମାମଲା ଦାଏର କରିଥିଲେ। ହାଇକୋର୍ଟ ମାମଲାର ବିଚାରକରି ତୁରନ୍ତ ଜମିଜମା ସମସ୍ୟା ସମାଧାନ ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲା। ଚଳିତ ମାସ ୩ୟ ସପ୍ତାହରେ ଜିଲା ସର୍କିଟ ହାଉସ୍‌ଠାରେ ଜିଲାପାଳ, ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଓ ଅଞ୍ଚଳର ବୁଦ୍ଧିଜୀବୀ, ଜନ ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ହୋଇଥିଲା। ଜିଲା ପ୍ରଶାସନ ପକ୍ଷରୁ ବୈଠକରେ ଉପସ୍ଥିତ ଲୋକମାନଙ୍କୁ ଆପଣଙ୍କ ପାଖରେ ଯାହା ଜମିଜମା ରେକର୍ଡ ଅଛି ତୁରନ୍ତ ପ୍ରଶାସନ ନିକଟରେ ଦାଖଲ ପାଇଁ କୁହାଯାଇଛି। ରେକର୍ଡ ଦାଖଲ ପରେ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇ ଉପୁଜିଥିବା ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ମିଳିଥିଲା ବୋଲି ସୋମବାର ବୈଠକରେ ଲୋକମାନଙ୍କୁ ସଚେତନ କରାଯାଇଛି। କାଳିବାଡ଼ିରେ ଅନୁଷ୍ଠିତ ବୈଠକରେ ସ୍ଥାନୀୟ ସରପଞ୍ଚ ବନିତା ରାଉତ, ରାମନଗର ସରପଞ୍ଚ ମିଲନ ଦେବନାଥ, ଜିଲା ପରିଷଦ ସଦସ୍ୟ ମୃତ୍ୟୁଞ୍ଜୟ ମଣ୍ଡଳ, ବ୍ଲକ ଉପାଧ୍ୟକ୍ଷ ବିଜୟ ଶୁକ୍ଳା, ସମୀର ମିସ୍ତ୍ରି, ସୁବାସ ବିଶ୍ୱାସ, କଲ୍ୟାଣ ରାୟ, ଭକ୍ତ ରଞ୍ଜନ ମାହାଳି, ତୁଷାର ସର୍ଦ୍ଦାର, ରଞ୍ଜନ ଦାସ, ଗୌତମ ଦାସଙ୍କ ସମେତ ଶତାଧିକ ଲୋକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri