ନିଯୁକ୍ତି ଦାବିରେ ଧାରଣାରେ ବସିଲେ ୩ ପଞ୍ଚାୟତ ବାସିନ୍ଦା

କେନ୍ଦୁଝର,୧ା୧୦(ସ୍ବ.ପ୍ର.): ସଦର ବ୍ଲକ ପଳାଶପଙ୍ଗାସ୍ଥିତ ଓଡ଼ିଶା ସ୍ପଞ୍ଜ ଲୁହା କାରଖାନା ସମ୍ମୁଖରେ ଶନିବାର ସ୍ଥାନୀୟ କ୍ଷତିଗ୍ରସ୍ତ ୩ଟି ପଞ୍ଚାୟତ- ପଳାଶପଙ୍ଗା, ରାଇକଳା ଓ କଣ୍ଡରାପଶିର ଗ୍ରାମବାସୀ ନିଯୁକ୍ତି ଦାବିରେ ଧାରଣାରେ ବସିଛନ୍ତି। ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନରେ ୪ ନମ୍ବର ଜୋନର ଜିଲା ପରିଷଦ ସଭ୍ୟା ଲୀଳାବତୀ ମହାନ୍ତ, ପଳାଶପଙ୍ଗା ସରପଞ୍ଚ ବାସନ୍ତୀ ନାଏକ ଓ ସମିତି ସଭ୍ୟ ସଞ୍ଜୟ ନାୟକ, ରାଇକଳା ସରପଞ୍ଚ ପ୍ରମୋଦ ନାଏକ ଓ ସମିତି ସଭ୍ୟା ଦ୍ରୌପଦୀ ମହାନ୍ତ, କଣ୍ଡରାପଶି ସରପଞ୍ଚ ସାବିତ୍ରୀ ନାଏକ ଓ ସମିତିଭ୍ୟା ଲଛମନ ମୁଣ୍ଡା ଏବଂ ଝୁମ୍ପୁରା ସରପଞ୍ଚ ରେବତୀ ବିରୁଆ ସାମିଲ ହୋଇଛନ୍ତି।

ଏନେଇ କାରଖାନାରର ମୁଖ୍ୟ ପରିଚାଳନା ଅଧିକାରୀ କବଲଦୀପ ସାହାଣି ଆସି ଆନ୍ଦୋଳନ କାରୀଙ୍କ ସହିତ ଆଲୋଚନା କରିଥିଲେ। ଶିକ୍ଷାଗତ ଯୋଗ୍ୟତା ଆଧାରରେ ସ୍ଥାନୀୟ ଯୁବକମାନଙ୍କ ନିଯୁକ୍ତି ଏବଂ ସ୍ଥାନୀୟ ଲୋକଙ୍କ ଠିକାକାମ ଦେବା ପାଇଁ ସହମତି ହୋଇଥିଲେ ହେଁ କାରଖାନାର ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହିତ ଆଲୋଚନା ପରେ କୌଣସି ପ୍ରତିଶ୍ରୁତି ଦେଇ ପାରିବେ ବୋଲି କହିଥିଲେ।

ତେବେ ଏହାକୁ ନେଇ ଆନ୍ଦୋଳନକାରୀମାନେ ଅସନ୍ତୋଷ ବ୍ୟକ୍ତ କରି ଧାରଣା ଜାରି ରଖିଛନ୍ତି। ନିଯୁକ୍ତି ଓ କାମ ଦେବା ନେଇ ଲିଖିତ ପ୍ରତିଶ୍ରୁତି ନ ପାଇବା ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ଭାବରେ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି। ଆଇନଶୃଙ୍ଖଳା ରକ୍ଷା ପାଇଁ ଆନ୍ଦୋଳନସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି।

ପ୍ରକାଶ ଯେ, ଏହି କାରଖାନା ଉକ୍ତ ଅଞ୍ଚଳର ଲୋକଙ୍କ ଜୀବନଜୀବିକା ହୋଇ ରହିଥିଲା। ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ଲୋକମାନେ କାମଧନ୍ଦା କରି ଚଳୁଥିଲେ। ପ୍ରାୟ ୮ ବର୍ଷ ତଳେ ଏହି କାରଖାନା ବନ୍ଦ ହୋଇଯିବାରୁ ଲୋକମାନେ ବହୁ ଅସୁବିଧା ମଧ୍ୟରେ ରହୁଥିଲେ। ତେବେ ମାସକ ତଳେ ଏହି କାରଖାନା ପୁନଃ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି କ୍ଷେତ୍ରରେ ଉପେକ୍ଷା କରିଆସୁଛି। ବାଧ୍ୟ ହୋଇ ଗ୍ରାମବାସୀ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri