ଅଭିଶପ୍ତ ଜୀବନ ବିତାଉଛନ୍ତି ୪ ଗାଁର ଅଧିବାସୀ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଚୂଲାଭାଟ ପଞ୍ଚାୟତ ପଣ୍ଡରିପାଣି ଗାଁର ୪ ପଡ଼ା ଗାଁର ଅଧିବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ଅଭିଶପ୍ତ ଜୀବନ ବିତାଉଛନ୍ତି। ସୂଚନା ଅନୁଯାୟୀ ଗୋନ୍ଦଳାବାହାରା, ଭାଲୁପାଣି, ବାଉଁଶଡୋଙ୍ଗରି ଓ ଚନ୍ଦାପଡା ଆଦି ପଡ଼ା ଗାଁରେ ଆଦିବାସୀ ସମ୍ପ୍ରଦାୟର ୨ଶହରୁ ଊର୍ଦ୍ଧ୍ୱ ପରିବାର ବସବାସ କରନ୍ତି। ନିକଟରେ ଆମ୍ବଝରନ ନାଳ ବହିଯାଇଥିବାରୁ ବର୍ଷା ଋତୁ ଆସିଲେ ଗ୍ରାମବାସୀଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡେ। ନାଳରେ ପୋଲ ନ ଥିବାରୁ ଗାଁ ଲୋକେ ବର୍ଷା ଦିନରେ ଜଳବନ୍ଦୀ ହୋଇ ରହିଥାନ୍ତି ା ଭଲ ରାସ୍ତାଟିଏ ନ ଥିବାରୁ ଗାଁକୁ କୌଣସି ଗାଡି କିମ୍ବା ଆମ୍ବୁଲାନ୍ସ ଯାଇପାରେ ନାହିଁ। ଫଳରେ କୌଣସି ଲୋକ ରୋଗରେ ପଡିଲେ କିମ୍ବା ଗର୍ଭବତୀଙ୍କୁ ଖଟିଆରେ ବୋହି ନେବାକୁ ପଡେ। ଅଙ୍ଗନୱାଡି କେନ୍ଦ୍ର ନ ଥିବାରୁ କୋମଳମତି ଶିଶୁମାନେ ପୁଷ୍ଟିକର ଖାଦ୍ୟ ଓ ପ୍ରାକ୍‌ ଶିକ୍ଷାରୁ ବଞ୍ଚତ୍ତ ଅଛନ୍ତି ା ପ୍ରାୟ ୫କି.ମି. ଦୂର ଗଙ୍ଗାଦିଗଡ ଗାଁରେ ଅଙ୍ଗନୱାଡି କେନ୍ଦ୍ର ରହିଥିଲେ ମଧ୍ୟ ଜଙ୍ଗଲିଆ ରାସ୍ତାରେ ଶିଶୁ ଯିବା ଅସମ୍ଭବ ହୋଇପଡୁଛି। ଏହି ୪ ଗାଁ ପାଇଁ ଗୋନ୍ଦଳାବାହାରାଠାରେ ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଛି ା ସେଥିରେ ଦୁଇ ଜଣ ଶିକ୍ଷକ ମଧ୍ୟ ନିଯୁକ୍ତ ହୋଇଛନ୍ତି ା ଖରା ଓ ଶୀତ ଦିନରେ ପିଲା ଖୁସିରେ ସ୍କୁଲ ଯାଇ ଅଧ୍ୟୟନ କରି ଘରକୁ ଫେରନ୍ତି ା ବର୍ଷା ଦିନ ହେଲେ ନାଳ ପାରି ହୋଇ ସ୍କୁଲ ଯିବା କଷ୍ଟକର ହେଉଥିବାରୁ ପାଠ ପଢା ବନ୍ଦ ହୋଇଯାଉଛି ା ଜଳ ଯୋଗାଣ ବିଭାଗ ପକ୍ଷରୁ ଗାଁରେ ପାଇପ ଲାଇନ ବିଛାଯାଇ ଘରକୁ ସଂଯୋଗ ହୋଇଛି ା ହେଲେ ଷ୍ଟାଣ୍ଡପୋଷ୍ଟ ନିର୍ମାଣ ହୋଇ ନାହିଁ କିମ୍ବା ପାଣି ଯାଉ ନାହିଁ। ଲେଶକେ ନଈ, ନାଳ, ମୁଡା, ଖୋଲା କୂଅ ପାଣି ବ୍ୟବହାର କରି ନାନା ରୋଗରେ ପୀଡିତ ହେଉଛନ୍ତି। ଏ ସଂକ୍ରାନ୍ତରେ ଜିଲାପାଳ ମଧୁସୂଦନ ଦାଶଙ୍କୁ ପଚାରିବାରୁ ସେ କହିଥିଲେ, ଉକ୍ତ ଗାଁଗୁଡିକୁ ଯାଇ ସମସ୍ୟା ବୁଝିଛି। ଉକ୍ତ ଗାଁ ଜଙ୍ଗଲ ବିଭାଗ ଅଞ୍ଚଳରେ ରହିଛି ା ବନଖଣ୍ଡ ଅଧିକାରୀଙ୍କ ସହ ଆଲୋଚନା କରି ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ରାସ୍ତା ନିର୍ମାଣ ସହ ନାଳ ଉପରେ ବ୍ରିଜ ନିର୍ମାଣ କରାଯିବ ବୋଲି କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?