ଆନ୍ଧ୍ର ନିର୍ବାଚନରେ ଭାଗ ନେବେ ନାରାୟଣପାଟଣାର ୫ ସୀମାନ୍ତ ଗ୍ରାମର ବାସିନ୍ଦା

ନାରାୟଣପାଟଣା/କୋରାପୁଟ, ୮ା୨: କୋରାପୁଟ ଜିଲା କୋଟିଆକୁ ନେଇ ଏବେ ଚର୍ଚ୍ଚା ଥମି ନ ଥିବା ବେଳେ ଜିଲାର ନାରାୟଣପାଟଣା ବ୍ଲକର ଆନ୍ଧ୍ର ସୀମାନ୍ତ ୫ଟି ଗ୍ରାମର ଗ୍ରାମବାସୀ ଏବେ ଆନ୍ଧ୍ରମୁହାଁ ହୋଇଛନ୍ତି। ଆନ୍ଧ୍ର ସରକାରଙ୍କ ପକ୍ଷରୁ ହେଉଥିବା ପଞ୍ଚାୟତ ନିର୍ବାଚନରେ ସେମାନେ ଭୋଟ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୧୩ରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ ନାରାୟଣପାଟଣା ବ୍ଲକ ଲଙ୍ଗଳବେଡା ପଞ୍ଚାୟତର ଚିନ୍ତନୱାଲସା, ତେନ୍ତୁଳିଗୁଡା, କେସି ଭାଦ୍ରା ସହ ଅନ୍ୟ ୨ଟି ଗ୍ରାମ ସହ ୫ଟି ଗ୍ରାମର ଗ୍ରାମବାସୀ ଭୋଟ ଦେବାକୁ ଯାଉଥିବା ଗ୍ରାମର ଲାସୁ ମାଣ୍ଡଙ୍ଗି, ମେଲକା ବୁଚାମା, ହିନ୍ଦୁ ମେଲକା, ମେଲକା ଜୁଙ୍ଗୁ, ମାଣ୍ଡିଙ୍ଗି ନାରସମା କହିଛନ୍ତି। ଆନ୍ଧ୍ର ସରକାରଙ୍କ ପକ୍ଷରୁ ତାଙ୍କୁ ରାଶନ, ପେନସନ, ସ୍ବାସ୍ଥ୍ୟସେବା ଆଦି ମିଳୁଛି। ଏଣୁ ନିର୍ବାଚନରେ ସାମିଲ ହୋଇ ମତଦାନ କରିବେ ବୋଲି ସେମାନେ ପ୍ରକାଶ କରିଛନ୍ତି। ଆନ୍ଧ୍ରର ଏହି ପଞ୍ଚାୟତ ନିର୍ବାଚନରେ ତାଙ୍କ ଅଞ୍ଚଳର କିଏ ପ୍ରାର୍ଥୀ ହୋଇଛି କି ବୋଲି ସେମାନଙ୍କୁ ପଚାରିବାରୁ ସେମାନେ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ସୂଚନାଯୋଗ୍ୟ, ଗତବର୍ଷ ନାରାୟଣପାଟଣା ବ୍ଲକର ଉପରୋକ୍ତ ଗ୍ରାମଗୁଡିକରେ ଆନ୍ଧ୍ର ପକ୍ଷରୁ ଜମି ମାଡି ବସିବାକୁ କେନ୍ଦ୍ରକରି କୋରାପୁଟ ଜିଲା ପ୍ରଶାସନ ଏହାର ସର୍ଭେ କରି ଆନ୍ଧ୍ର ସରକାରଙ୍କ କାର୍ଯ୍ୟକୁ ଦୃଢ ବିରୋଧ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ...

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି।...

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri