ଜଳକଷ୍ଟରେ ଜଗନ୍ନାଥପ୍ରସାଦବାସୀ

ଖଣ୍ଡପଡ଼ା,୧୪ା୫(ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲ୍ଳକ ଅଧୀନ ଜଗନ୍ନାଥପ୍ରସାଦର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ଆବଶ୍ୟକ ପାନୀୟ ଜଳ ନ ପାଇ ଗ୍ରୀଷ୍ମ ପ୍ରବାହ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ସମ୍ପୃକ୍ତ ଅଞ୍ଚଳକୁ ନିକଟସ୍ଥ ଶଙ୍ଖଝରି ନଦୀରୁ ପାଇପ ଲାଇନ ଯୋଗେ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା କରାଯାଇଛି। ମାତ୍ର ସମ୍ପୃକ୍ତ ପ୍ରକଳ୍ପ ଆବଶ୍ୟକ ଜଳ ଯୋଗାଇବାରେ ସାମର୍ଥ ହୋଇ ପାରୁ ନାହିଁ। ପଞ୍ଚାୟତର କାଦୁଆପଡା, କାଦୁଆପାଟଣା, ମହୁଲପଡା, ଦରଦା, କୁହାରା, ହାତକଟା, ଗୋପାଳପୁର ଆଦି ଅଞ୍ଚଳର ଜନସାଧାରଣ ଜଳ ଯୋଗାଣ ପ୍ରକଳ୍ପ ଉପରେ ନିର୍ଭର କରୁଛନ୍ତି। ପ୍ରକଳ୍ପରୁ ଦିନେ ଛଡା ଦିନେ ତାହା ପୁଣି ମାତ୍ର ଘଣ୍ଟାକ ପାଇଁ ପାଣି ଯୋଗା ଯାଉଥିବା ଜଣାଯାଇଛି। ଅଧିକାଂଶ ସମୟରେ ପାଇପ ଲାଇନରେ ଗୋଳିଆ ପାଣି ଆସୁଥିବା ଅଭିଯୋଗ ହେଉଛି। ଗ୍ରାମରେ ଥିବା ଅଧିକାଂଶ ନଳକୂପ ଅଚଳ ହୋଇ ପଡିଥିବାରୁ ଲୋକେ ପାଣି ମୁନ୍ଦେ ପାଇଁ ହଇରାଣ ହେଉଛନ୍ତି। ଗୃହପାଳିତ ପ୍ରାଣୀ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହେଉଥିବା ଜଣାଯାଇଛି। ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥାକୁ ନେଇ ଗ୍ରାମର ମହିଳାମାନେ ଦୀର୍ଘ ସମୟ ଧରି ଷ୍ଟାଣ୍ଡ ପୋଷ୍ଟ ନିକଟରେ ଅପେକ୍ଷା କରି ପାଣି ସଂଗ୍ରହ କରୁଛନ୍ତି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ପାଇପ ଲାଇନ ଯୋଗେ ଗ୍ରାମବାସୀଙ୍କୁ ଜଳ ଯୋଗାଣ ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି। ମାତ୍ର ଗ୍ରାମବାସୀ ପାଇପରୁ ପାଣି ସଂଗ୍ରହ ନିମନ୍ତେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ପଞ୍ଚାୟତ କର୍ତ୍ତୃପକ୍ଷ, ସରପଞ୍ଚ ଓ ବ୍ଲକ ପ୍ରଶାସନର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ପାନୀୟ ଜଳ ସମସ୍ୟାର ସମାଧାନ ନିମନ୍ତେ ବ୍ଳକ ପ୍ରଶାସନ, ବିଭାଗୀୟ ସହକାରୀ ଯନ୍ତ୍ରୀ ଓ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri