ଆଞ୍ଚଳିକ ଦଳ ଉପରେ ପୁନଃ ଆସ୍ଥାପ୍ରକଟ କଲେ ଝାଡ଼ଖଣ୍ଡବାସୀ: ବିଜେଡି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଛି। ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମ୍‌ଏମ୍‌ର ବିଜୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆଞ୍ଚଳିକ ଦଳଗୁଡ଼ିକ ଉପରେ ଲୋକଙ୍କ ଭରସା ଅକ୍ଷୁଣ୍ଣ ରହିଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ, ବିଶେଷକରି ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶା ପରି ରାଜ୍ୟରେ ଆଞ୍ଚଳିକ ଦଳଗୁଡ଼ିକ ସେମାନଙ୍କ ଉପସ୍ଥିତି ଜାହିର କରି ଆସୁଛନ୍ତି। ଆଞ୍ଚଳିକ ଦଳ ଉପରେ ଭରସା ଜାରି ରଖିଛନ୍ତ। ଜେଏମ୍‌ଏମ୍‌ ନେତୃତ୍ୱରେ ସରକାରକୁ ଗାଦିଚ୍ୟୁତ କରିବା ପାଇଁ ଭାଜପାର ପ୍ରାଣମୂର୍ଚ୍ଛା ଉଦ୍ୟମ ବିଫଳ ହୋଇଛି ବୋଲି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି।

ଶନିବାର ଶଙ୍ଖଭବନଠାରେ ଗଣମାଧ୍ୟମକୁ ସୂଚନାଦେଇ ସେ କହିଛନ୍ତି, ରାଜ୍ୟବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା କ୍ଷେତ୍ରରେ ରାଜ୍ୟବାସୀ ଆଞ୍ଚଳିକ ଦଳ ଉପରେ ଅଧିକ ଭରସା କରୁଛନ୍ତି । ଓଡ଼ିଶାର ଭାଜପା ନେତାମାନେ ମଧ୍ୟ ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାର କାର୍ଯ୍ୟରେ ଯେଉଁ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ, ସେଥିରେ ଭଟ୍ଟା ପଡ଼ିଛି ା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାଡ଼ଝଣ୍ଡରେ ପ୍ରଚାର କରିଥିବା ବେଳେ ତାଙ୍କ ପ୍ରଚାରର କିଛି ପ୍ରଭାବ ପଡ଼ିନାହିଁ। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡି ଥିବାବେଳେ, ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଝାଡ଼ଖଣ୍ଡରେ ଥିଲେ। ଭାଜପାରର ସମସ୍ତ ଉଦ୍ୟମ ସତ୍ତ୍ୱେ ଝାଡ଼ଖଣ୍ଡବାସୀ ଆଞ୍ଚଳିକ ଦଳ ସରକାର ଉପରେ ପୁନଃ ଆସ୍ଥା ପ୍ରକଟ କରିଛନ୍ତି ବୋଲି ଲେନିନ୍‌ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri