ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ଖଣ୍ଡପଡ଼ା ଅଞ୍ଚଳବାସୀ

ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ତୃଣମୂଳସ୍ତରରେ ୧୦୮ ଆମ୍ବୁଲାନ୍ସ ସେବା କିପରି ବିପର୍ଯ୍ୟସ୍ତ ହୋଇ ପଡିଛି ତାହା ଖଣ୍ଡପଡ଼ା ଓ କଣ୍ଟିଲୋ ଅଞ୍ଚଳରେ ନିୟୋଜିତ ହୋଇଥିବା ୧୦୮ ଆମ୍ବୁଲାନ୍ସ ଗାଡ଼ିକୁ ଦେଖିଲେ ସହଜରେ ଜାଣିହେବ ା ଗତ ୧ ମାସ ଧରି ଖଣ୍ଡପଡ଼ା ଅଞ୍ଚଳବାସୀ ଜରୁରୀକାଳୀନ ପରିସ୍ଥିତିରେ ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ହୋଇଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ା ଆଜକୁ ମାସକ ତଳେ ରୋଗୀ ଓ ତାଙ୍କ ସମ୍ପର୍କୀୟକୁ ଧରି ୧୦୮ ଆମ୍ବୁଲାନ୍ସ ନୟାଗଡରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ବେଗୁନିଆ ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା ା ସେଦିନଠାରୁ ୧୦୮ ଆମ୍ବୁଲାନ୍ସ ଅଚଳ ହୋଇ ପଡିଥିବାରୁ ଖଣ୍ଡପଡ଼ା ଅଞ୍ଚଳବାସୀ ଆମ୍‌ୁଲାନ୍ସ ସେବାରୁ ବଞ୍ଚତ୍ତ ହୋଇଛନ୍ତି ା ଅଞ୍ଚଳବାସୀ ଏ ସମ୍ପର୍କରେ ବାରମ୍ବାର ଉଚ୍ଚ କତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖଣ୍ଡପଡ଼ାକୁ ଏକ ୧୦୮ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି ା ମାତ୍ର ଉକ୍ତ ଆମ୍ବୁଲାନ୍ସ ଫିଟନେସ ଠିକ୍‌ ନ ଥିବାରୁ ଖଣ୍ଡପଡ଼ା ବ୍ଳକ କାର୍ଯ୍ୟାଳୟ ପରିସରରେ ଗାଡିଟି ପଡି ରହିଛି ା ସେହିପରି କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ୧୦୮ ଆମ୍ବୁଲାନ୍ସଟି ଦୀର୍ଘ ଦିନ ହେଲା ଅଚଳ ହୋଇ ପଡିଛି ା ଏଥିପ୍ରତି ସ୍ବାସ୍ଥ୍ୟ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଓ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri