ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ଖଣ୍ଡପଡ଼ା ଅଞ୍ଚଳବାସୀ

ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ତୃଣମୂଳସ୍ତରରେ ୧୦୮ ଆମ୍ବୁଲାନ୍ସ ସେବା କିପରି ବିପର୍ଯ୍ୟସ୍ତ ହୋଇ ପଡିଛି ତାହା ଖଣ୍ଡପଡ଼ା ଓ କଣ୍ଟିଲୋ ଅଞ୍ଚଳରେ ନିୟୋଜିତ ହୋଇଥିବା ୧୦୮ ଆମ୍ବୁଲାନ୍ସ ଗାଡ଼ିକୁ ଦେଖିଲେ ସହଜରେ ଜାଣିହେବ ା ଗତ ୧ ମାସ ଧରି ଖଣ୍ଡପଡ଼ା ଅଞ୍ଚଳବାସୀ ଜରୁରୀକାଳୀନ ପରିସ୍ଥିତିରେ ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ହୋଇଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ା ଆଜକୁ ମାସକ ତଳେ ରୋଗୀ ଓ ତାଙ୍କ ସମ୍ପର୍କୀୟକୁ ଧରି ୧୦୮ ଆମ୍ବୁଲାନ୍ସ ନୟାଗଡରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ବେଗୁନିଆ ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା ା ସେଦିନଠାରୁ ୧୦୮ ଆମ୍ବୁଲାନ୍ସ ଅଚଳ ହୋଇ ପଡିଥିବାରୁ ଖଣ୍ଡପଡ଼ା ଅଞ୍ଚଳବାସୀ ଆମ୍‌ୁଲାନ୍ସ ସେବାରୁ ବଞ୍ଚତ୍ତ ହୋଇଛନ୍ତି ା ଅଞ୍ଚଳବାସୀ ଏ ସମ୍ପର୍କରେ ବାରମ୍ବାର ଉଚ୍ଚ କତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖଣ୍ଡପଡ଼ାକୁ ଏକ ୧୦୮ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି ା ମାତ୍ର ଉକ୍ତ ଆମ୍ବୁଲାନ୍ସ ଫିଟନେସ ଠିକ୍‌ ନ ଥିବାରୁ ଖଣ୍ଡପଡ଼ା ବ୍ଳକ କାର୍ଯ୍ୟାଳୟ ପରିସରରେ ଗାଡିଟି ପଡି ରହିଛି ା ସେହିପରି କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ୧୦୮ ଆମ୍ବୁଲାନ୍ସଟି ଦୀର୍ଘ ଦିନ ହେଲା ଅଚଳ ହୋଇ ପଡିଛି ା ଏଥିପ୍ରତି ସ୍ବାସ୍ଥ୍ୟ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଓ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?