ପ୍ରଦୀପଙ୍କୁ ଭୋଟ ଦିଅନ୍ତୁ ପଦ୍ମପୁରବାସୀ: ପ୍ରଦୀପ ପାଣିଗ୍ରାହୀ

ଗୋପାଳପୁର,୨୭ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଚର୍ଚ୍ଚା ଦିନକୁ ଦିନ ଜୋର ଧରିବାରେ ଲାଗିଛି। ଗୋଟିଏ ପଟେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ ବିଜେଡି ପାଇଁ ମଙ୍ଗଧରି ବିଭିନ୍ନ ପଞ୍ଚାୟତ ବୁଲି ଜନସମ୍ପର୍କ ପଦଯାତ୍ରା କରି ସରକାରଙ୍କ ଜନହିତକର ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ଚେଷ୍ଟା କରୁଥିବା ବେଳେ ଅନ୍ୟପଟେ ସ୍ଥାନୀୟ ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ଗାଁ ଗାଁ ବୁଲି ଲୋକଙ୍କ ସମସ୍ୟା ପଚାରି ବୁଝିବା ସହ ରାଜନୈତିକ ଗୋଟି ଚାଳନା କରୁଛନ୍ତି।

ରବିବାର ବିଧାୟକ ପାଣିଗ୍ରାହୀ ଆଲିପୁର, ମଞ୍ଚୁରୁକୋଟା, ସତ୍ୟନାରାୟଣପୁର ଓ ଅନ୍ୟ କେତେକ ଗାଁ ବୁଲି ଲୋକଙ୍କ ପାଖରେ ପହଞ୍ଚିଛନ୍ତି। ଲୋକେ ଜମିପଟ୍ଟା, ଇନ୍ଦିରାବାସ ମିଳୁ ନ ଥିବା ଓ ଅନ୍ୟାନ୍ୟ ସମସ୍ୟା ଜଣାଇଥିଲେ। ଏହି ଅବସରରେ ପ୍ରଦୀପ ଆଲିପୁର ଗ୍ରାମରେ ଠାକୁରାଣୀ ମନ୍ଦିର ପାଚେରୀ ପାଇଁ ୩ ଲକ୍ଷ ୫୦ ହଜାର ଓ ମିଶନ ଶକ୍ତି ଗୃହ ପାଇଁ ୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ ପାଇଁ ବିଧାୟକ ପାଣ୍ଠିରୁ ଘୋଷଣା କରିଥିଲେ।

ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ସେ କହିଥିଲେ, ସାଧାରଣ ଲୋକ ଓ ବିଧାୟକଙ୍କ କଥା ମଧ୍ୟ ମୁଖ୍ୟମନ୍ତ୍ରୀ ଶୁଣୁନାହାନ୍ତି। ଓଡ଼ିଶାରେ ବର୍ତ୍ତମାନ ପରିବର୍ତ୍ତନ ଆସିଯାଇଛି। ପଦ୍ମପୁରବାସୀ ପ୍ରଦୀପ ପୁରୋହିତଙ୍କୁ ଭୋଟ ଦେବାକୁ ଅନୁରୋଧ କରିଥିଲେ। ପ୍ରଭୁ ଜଗନ୍ନାଥ ଓ ଲିଙ୍ଗରାଜ ନିର୍ଦ୍ଦେଶ ଦେଉଛନ୍ତି ଏହି ଶାସନ କାଳ ସରିଲା ଓ ନୂଆ ଶାସନ କାଳ ବ୍ୟବସ୍ଥାକୁ ନବୀନ ବାବୁ ସହଯୋଗ କରନ୍ତୁ ବୋଲି ବିଧାୟକ ପାଣିଗ୍ରାହୀ ଅନୁରୋଧ କରିଥିଲେ। ଓଡ଼ିଶାରେ ଭତ୍ତା ୫୦୦ରୁ ୭୦୦ ଟଙ୍କା ଦିଆଯାଉଥିବା ବେଳେ ଆନ୍ଧ୍ର ଓ ତେଲେଙ୍ଗନାରେ ଅଧିକ ଦିଆଯାଉଛି। ଏନସିବି ରେକର୍ଡରେ ଓଡ଼ିଶାର ଆତ୍ମହତ୍ୟା ସ୍ଥାନ ୧ନମ୍ବର ରହିଛି ବୋଲି ସେ କହିଥିଲେ। ଏହି ଉକ୍ତିକୁ ନେଇ ରାଜନୈତିକ ମହଲରେ ହଇଚଇ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri