ପ୍ରଦୀପଙ୍କୁ ଭୋଟ ଦିଅନ୍ତୁ ପଦ୍ମପୁରବାସୀ: ପ୍ରଦୀପ ପାଣିଗ୍ରାହୀ

ଗୋପାଳପୁର,୨୭ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଚର୍ଚ୍ଚା ଦିନକୁ ଦିନ ଜୋର ଧରିବାରେ ଲାଗିଛି। ଗୋଟିଏ ପଟେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ ବିଜେଡି ପାଇଁ ମଙ୍ଗଧରି ବିଭିନ୍ନ ପଞ୍ଚାୟତ ବୁଲି ଜନସମ୍ପର୍କ ପଦଯାତ୍ରା କରି ସରକାରଙ୍କ ଜନହିତକର ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ଚେଷ୍ଟା କରୁଥିବା ବେଳେ ଅନ୍ୟପଟେ ସ୍ଥାନୀୟ ବିଧାୟକ ଡ଼. ପ୍ରଦୀପ କୁମାର ପାଣିଗ୍ରାହୀ ଗାଁ ଗାଁ ବୁଲି ଲୋକଙ୍କ ସମସ୍ୟା ପଚାରି ବୁଝିବା ସହ ରାଜନୈତିକ ଗୋଟି ଚାଳନା କରୁଛନ୍ତି।

ରବିବାର ବିଧାୟକ ପାଣିଗ୍ରାହୀ ଆଲିପୁର, ମଞ୍ଚୁରୁକୋଟା, ସତ୍ୟନାରାୟଣପୁର ଓ ଅନ୍ୟ କେତେକ ଗାଁ ବୁଲି ଲୋକଙ୍କ ପାଖରେ ପହଞ୍ଚିଛନ୍ତି। ଲୋକେ ଜମିପଟ୍ଟା, ଇନ୍ଦିରାବାସ ମିଳୁ ନ ଥିବା ଓ ଅନ୍ୟାନ୍ୟ ସମସ୍ୟା ଜଣାଇଥିଲେ। ଏହି ଅବସରରେ ପ୍ରଦୀପ ଆଲିପୁର ଗ୍ରାମରେ ଠାକୁରାଣୀ ମନ୍ଦିର ପାଚେରୀ ପାଇଁ ୩ ଲକ୍ଷ ୫୦ ହଜାର ଓ ମିଶନ ଶକ୍ତି ଗୃହ ପାଇଁ ୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ ପାଇଁ ବିଧାୟକ ପାଣ୍ଠିରୁ ଘୋଷଣା କରିଥିଲେ।

ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ସେ କହିଥିଲେ, ସାଧାରଣ ଲୋକ ଓ ବିଧାୟକଙ୍କ କଥା ମଧ୍ୟ ମୁଖ୍ୟମନ୍ତ୍ରୀ ଶୁଣୁନାହାନ୍ତି। ଓଡ଼ିଶାରେ ବର୍ତ୍ତମାନ ପରିବର୍ତ୍ତନ ଆସିଯାଇଛି। ପଦ୍ମପୁରବାସୀ ପ୍ରଦୀପ ପୁରୋହିତଙ୍କୁ ଭୋଟ ଦେବାକୁ ଅନୁରୋଧ କରିଥିଲେ। ପ୍ରଭୁ ଜଗନ୍ନାଥ ଓ ଲିଙ୍ଗରାଜ ନିର୍ଦ୍ଦେଶ ଦେଉଛନ୍ତି ଏହି ଶାସନ କାଳ ସରିଲା ଓ ନୂଆ ଶାସନ କାଳ ବ୍ୟବସ୍ଥାକୁ ନବୀନ ବାବୁ ସହଯୋଗ କରନ୍ତୁ ବୋଲି ବିଧାୟକ ପାଣିଗ୍ରାହୀ ଅନୁରୋଧ କରିଥିଲେ। ଓଡ଼ିଶାରେ ଭତ୍ତା ୫୦୦ରୁ ୭୦୦ ଟଙ୍କା ଦିଆଯାଉଥିବା ବେଳେ ଆନ୍ଧ୍ର ଓ ତେଲେଙ୍ଗନାରେ ଅଧିକ ଦିଆଯାଉଛି। ଏନସିବି ରେକର୍ଡରେ ଓଡ଼ିଶାର ଆତ୍ମହତ୍ୟା ସ୍ଥାନ ୧ନମ୍ବର ରହିଛି ବୋଲି ସେ କହିଥିଲେ। ଏହି ଉକ୍ତିକୁ ନେଇ ରାଜନୈତିକ ମହଲରେ ହଇଚଇ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri