କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି। କଲୋନୀ ସାହି ଓ ନିକଟସ୍ଥ ନବଜ୍ୟୋତି ହଷ୍ଟେଲ ପରିସରରେ ବାଘ ବୁଲୁଥିବା ନେଇ ସନ୍ଦେହ କରାଯାଉଛି।

ମଙ୍ଗଳବାର ରାତି ପ୍ରାୟ ୧୦ଟା ସମୟରେ ନବଜ୍ୟୋତି ହଷ୍ଟେଲର ଅନ୍ତେବାସୀ ଓ ସ୍ଥାନୀୟ ଲୋକେ ଏକ ଭୟଙ୍କର ଗର୍ଜନ ଶୁଣିବାକୁ ପାଇଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ,ବାଘଟି ହଷ୍ଟେଲ ଆଡୁ ଆସି ପାଚେରୀ ଡେଇଁ ଭିତରକୁ ପଶିଥିଲା। ରାତିରେ ମାଙ୍କଡ଼ ଓ କୁକୁରମାନଙ୍କ ଅସ୍ବାଭାବିକ ଚିତ୍କାର ଶୁଣାଯାଇଥିଲା। ବୁଧବାର ସକାଳେ ହଷ୍ଟେଲ ପଛପଟେ ଏବଂ ନିକଟସ୍ଥ ନାଳ ପାଖରେ ବାଘର ପାଦ ଚିହ୍ନ ସ୍ପଷ୍ଟ ଭାବେ ଦେଖିବାକୁ ମିଳିଛି।

ଖବର ପାଇ କୋଟଗଡ଼ ରେଞ୍ଜର ବାଳଗୋପାଳ ବେହେରାଙ୍କ ନିର୍ଦ୍ଦେଶରେ ଏକ ସ୍ବତନ୍ତ୍ର ଫରେଷ୍ଟର ଟିମ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ବାଘର ଗତିବିଧି ଉପରେ ନଜର ରଖିବା ପାଇଁ ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଟ୍ରାପ କ୍ୟାମେରା ଲଗାଯାଇଛି। ପାଦ ଚିହ୍ନ ଓ ଗର୍ଜନକୁ ନେଇ ଅନୁସନ୍ଧାନ ଚାଲିଛି। କ୍ୟାମେରା ଫୁଟେଜ ଯାଞ୍ଚ ପରେ ଜଣାପଡ଼ିବ ତାହା ପ୍ରକୃତରେ ବାଘ କିମ୍ବା ଅନ୍ୟ କୌଣସି ବନ୍ୟଜନ୍ତୁ। ଯଦି ବାଘ ହୋଇଥାଏ, ତେବେ ତାକୁ ଧରିବା ପାଇଁ ଯଥାଶୀଘ୍ର ପଦକ୍ଷେପ ନିଆଯିବ ବୋଲି କୋଟଗଡ଼ ବନ ବିଭାଗ ପକ୍ଷରୁ କୁହାଯାଇଛି।

ପରିସ୍ଥିତିକୁ ଦୃଷ୍ଟିରେ ରଖି କଲୋନୀ ସାହି, ହୋତା କଲୋନୀ ଓ ଆମ୍ବେଦକର କଲୋନୀର ବାସିନ୍ଦାଙ୍କୁ ବନ ବିଭାଗ ପକ୍ଷରୁ ସଚେତନ କରାଯାଇଛି। ସନ୍ଧ୍ୟା ପରେ ବାହାରେ ଏକାକୀ ବୁଲାବୁଲି କରନ୍ତୁ ନାହିଁ। ଜରୁରୀ କାମରେ ବାହାରକୁ ଗଲେ ସମୂହ (Group) ହୋଇ ଯାଆନ୍ତୁ। ନାଳ କିମ୍ବା ଜଙ୍ଗଲିଆ ଅଞ୍ଚଳକୁ ଯିବା ବେଳେ ସତର୍କ ରୁହନ୍ତୁ। ବର୍ତ୍ତମାନ ସୁଦ୍ଧା ଅଞ୍ଚଳରେ ଉତ୍ତେଜନା ଲାଗି ରହିଥିବା ବେଳେ ବନ ବିଭାଗ ଘଟଣାର ତନାଘନା ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ।…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?