ଭୋଟ ବର୍ଜନ କଲେ ଅଞ୍ଚଳବାସୀ

ମୋହନା,୧୪/୫(ମନ୍ମଥ ମିଶ୍ର):ସାଧାରଣ ନିର୍ବାଚନ ପାଇଁ ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଛି। ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭାବେ ୨୯୭ଟି ଭୋଟ କେନ୍ଦ୍ରରେ ଲୋକେ ନିଜର ବହୁ ମୂଲ୍ୟ ମତ ସାବ୍ୟସ୍ତ କରିଛନ୍ତି। କିନ୍ତୁ ମୋହନା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ କେନ୍ଦୁପଦା ଗ୍ରାମର ଉଜିଗିଜି ୪୦ ନମ୍ବର୍‌ ବୁଥରେ ଅଞ୍ଚଳବାସୀ ଭୋଟ ବର୍ଜନ କରିଛନ୍ତି। ଗାଁ ରେ ପ୍ରାୟ ୩୦୦ରୁ ଊଦ୍ଧର୍‌ବ ଭୋଟର୍‌ ରହିଥିବା ବେଳେ ଭୋଟ ବର୍ଜନ ନିଷ୍ପତ୍ତି ନେଇଛନ୍ତି। ଗଁାରେ ନେଟୱାର୍କ ଓ ପାନୀୟ ଜଳ ସମସ୍ୟାକୁ ନେଇ ବାରମ୍ବାର ଅଭିଯୋଗ କରି ଆସୁଛନ୍ତି। କିନ୍ତୁ କୌଣସି ଅଧିକାରୀ କର୍ଣ୍ଣପାତ କରୁନଥିବା ଅଭିଯୋଗ କରିଛନ୍ତି। ଫଳରେ ସେମାନେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଥିଲେ। ସେହିପରି ମୋହନା ବ୍ଲକ୍‌ ମଲାସପଦର ପଞ୍ଚାୟତ ଜାମଲିଂ ଗାଁ ରେ ଥିବା ୨୧ ନମ୍ବର ବୁଥରେ ୬ ଖଣ୍ଡ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ବୁଥ ଖାଁ ଖାଁ ପଡ଼ିଥିଲା। ସକାଳ ସମୟରେ ମାତ୍ର ୨୬ ଜଣ ଭୋଟ ଦେଇଛନ୍ତି। ପରେ ସମୂହ ଭୋଟ ବର୍ଜନ ପାଇଁ ଗ୍ରାମବାସୀ ନିଷ୍ପତ୍ତି ନେଇଥିଲେ। ଗାଁ ମୁହଁରେ ଭୋଟ ବର୍ଜନ ପୋଷ୍ଟର ଲଗାଇ ବୁଥ କେନ୍ଦ୍ର ନିକଟରେ ଭୋଟ ବର୍ଜନ କରି ଡ଼ହ ଡହ ଖରାରେ ବସିଥିଲେ ମହିଳା ଓ ପୁରୁଷ। ୬ ଖଣ୍ଡ ଗାଁକୁ ରାସ୍ତା ନାହିଁ କି ପିଇବା ପାଣି ନାହିଁ, ଅଞ୍ଚଳରେ ନେଟୱାର୍କ ନାହିଁ, ମୌଳିକ ସୁବିଧାରୁ ବଞ୍ଚିତ ଗ୍ରାମବାସୀ। ସମସ୍ୟା ନେଇ ଆଗରୁ ଅଞ୍ଚଳବାସୀ ବହୁବାର ପ୍ରଶାସନ ନିକଟରେ ଅଭିଯୋଗ କରି ଆସିଥିଲେ ସୁଦ୍ଧା ସମସ୍ୟା ସମାଧାନ ହୋଇନାହିଁ। ଫଳରେ ବାଧ୍ୟ ହୋଇ ସୋମବାର ୬ ଖଣ୍ଡ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ଘଟଣା ସ୍ଥଳରେ ପୋଲିସ ମୁତୟନ ଥିବା ବେଳେ ଗ୍ରାମବାସୀ ଭୋଟ ବର୍ଜନ କରି ଖରାରେ ଧାରଣାରେ ବସି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri